2 ULB ଈଶ୍ୱର ଆପଣାର ଯେଉଁ ଲୋକମାନଙ୍କୁ ପୂର୍ବରୁ ଜାଣିଥିଲେ, ସେମାନଙ୍କୁ ପରିତ୍ୟାଗ କରି ନାହାଁନ୍ତି ଏଲୀୟଙ୍କ ବିବରଣରେ ଶାସ୍ତ୍ର କ'ଣ କହେ, ତାହା କି ତୁମ୍ଭେମାନେ ଜାଣ ନାହିଁ? ସେ କିପରି ଇସ୍ରାଏଲ ବିରୁଦ୍ଧରେ ଈଶ୍ୱରଙ୍କଠାରେ ନିବେଦନ କରନ୍ତି, BSB BSB: God did not reject His people, whom He foreknew. Do you not know what the Scripture says about Elijah, how he appealed to God against Israel:
3 ULB "ପ୍ରଭୁ, ସେମାନେ ତୁମ୍ଭର ଭାବବାଦୀମାନଙ୍କୁ ବଧ କରିଅଛନ୍ତି, ତୁମ୍ଭର ବେଦିଗୁଡ଼ିକ ଖୋଳି ପକାଇଅଛନ୍ତି, ଆଉ ମୁଁ ଏକାକୀ ଅବଶିଷ୍ଟ ରହିଅଛି, ପୁଣି, ସେମାନେ ମୋହର ପ୍ରାଣ ନେବାକୁ ଖୋଜୁଅଛନ୍ତି।" BSB BSB: “Lord, they have killed Your prophets and torn down Your altars. I am the only one left, and they are seeking my life as well”?
4 ULB କିନ୍ତୁ ତାଙ୍କୁ ଈଶ୍ୱର କ'ଣ ଉତ୍ତର ଦିଅନ୍ତି? "ଯେଉଁମାନେ ବାଆଲ୍ ସମ୍ମୁଖରେ ଆଣ୍ଠୁ ପକାଇ ନାହାଁନ୍ତି, ଏପରି ସାତ ହଜାର ଲୋକ ଆମ୍ଭେ ଆପଣା ନିମନ୍ତେ ଅବଶିଷ୍ଟ ରଖିଅଛୁ।' BSB BSB: And what was the divine reply to him? “I have reserved for Myself seven thousand men who have not bowed the knee to Baal.”
5 ULB ସେହିପରି ଏହି ବର୍ତ୍ତମାନ ସମୟରେ ମଧ୍ୟ ଅନୁଗ୍ରହର ନିର୍ବାଚନ ଅନୁସାରେ ଗୋଟିଏ ଅବଶିଷ୍ଟ ଅଂଶ ରହିଅଛି। BSB BSB: In the same way, at the present time there is a remnant chosen by grace.
6 ULB କିନ୍ତୁ ଯଦି ତାହା ଅନୁଗ୍ରହରେ ହୁଏ, ତେବେ ତାହା ଆଉ କ୍ରିୟାକର୍ମ ହେତୁ ହୁଏ ନାହିଁ; ନୋହିଲେ ଅନୁଗ୍ରହ ଆଉ ଅନୁଗ୍ରହ ନୁହେଁ। BSB BSB: And if it is by grace, then it is no longer by works. Otherwise, grace would no longer be grace.
7 ULB ତେବେ କ'ଣ? ଇସ୍ରାଏଲ ଯାହା ଖୋଜୁଅଛି, ତାହା ପାଇ ନାହିଁ; କିନ୍ତୁ ନିର୍ବାଚିତମାନେ ତାହା ପାଇଅଛନ୍ତି, ଆଉ ଅବଶିଷ୍ଟମାନେ ଜଡ଼ କରାଗଲେ; BSB BSB: What then? What Israel was seeking, it failed to obtain, but the elect did. The others were hardened,
8 ULB ଯେପରି ଲେଖା ଅଛି, "ଈଶ୍ୱର ଆଜି ପର୍ଯ୍ୟନ୍ତ ସେମାନଙ୍କୁ ଜଡ଼ତାର ଆତ୍ମା ଦେଇଅଛନ୍ତି, ଏପରି ଚକ୍ଷୁ ଦେଇଅଛନ୍ତି, ଯେପରି ସେମାନେ ଦେଖିବେ ନାହିଁ, ଆଉ ଏପରି କର୍ଣ୍ଣ ଦେଇଅଛନ୍ତି, ଯେପରି ସେମାନେ ଶୁଣିବେ ନାହିଁ। BSB BSB: as it is written: “God gave them a spirit of stupor, eyes that could not see, and ears that could not hear, to this very day.”
9 ULB ପୁଣି, ଦାଉଦ କହନ୍ତି, "ସେମାନଙ୍କର ଭୋଜନ ଫାନ୍ଦ ଓ ଫାଶ ପରି ହେଉ, ପୁଣି, ସେମାନଙ୍କ ପ୍ରତି ତାହା ବିଘ୍ନ ଓ ପ୍ରତିଶୋଧସ୍ୱରୂପ ହେଉ।' BSB BSB: And David says: “May their table become a snare and a trap, a stumbling block and a retribution to them.
10 ULB ଯେପରି ସେମାନେ ଦେଖି ନ ପାରନ୍ତି, ଏଥିପାଇଁ ସେମାନଙ୍କ ଚକ୍ଷୁ ଅନ୍ଧ ହେଉ, ଆଉ, ତୁମ୍ଭେ ସେମାନଙ୍କ ପୃଷ୍ଠ ସର୍ବଦା କୁବ୍ଜା କରି ରଖ। BSB BSB: May their eyes be darkened so they cannot see, and their backs be bent forever.”
11 ULB ତେବେ ମୁଁ କହେ, ସେମାନେ କ'ଣ ବିନଷ୍ଟ ହେବା ନିମନ୍ତେ ଝୁଣ୍ଟିଲେ? ତାହା କେବେ ହେଁ ନ ହେଉ, ବରଂ ସେମାନଙ୍କୁ ଉଦ୍ଯୋଗୀ କରିବା ନିମନ୍ତେ ସେମାନଙ୍କ ପତନ ଦ୍ୱାରା ଅଣଯିହୂଦୀମାନଙ୍କ ନିକଟରେ ପରିତ୍ରାଣ ଉପସ୍ଥିତ ହୋଇଅଛି। BSB BSB: I ask then, did they stumble so as to fall beyond recovery? Certainly not! However, because of their trespass, salvation has come to the Gentiles to make Israel jealous.
12 ULB ଯଦି ସେମାନଙ୍କର ପତନ ଜଗତର ଧନସ୍ୱରୂପ, ଆଉ ସେମାନଙ୍କର ହ୍ରାସ ଅଣଯିହୂଦୀମାନଙ୍କ ଧନସ୍ୱରୂପ ହୋଇଅଛି, ତାହାହେଲେ ସେମାନଙ୍କ ପୂର୍ଣ୍ଣତା ଆହୁରି କେତେ ଅଧିକ ଧନସ୍ୱରୂପ ନ ହେବ! BSB BSB: But if their trespass means riches for the world, and their failure means riches for the Gentiles, how much greater riches will their fullness bring!
13 ULB କିନ୍ତୁ ଅଣଯିହୂଦୀ ଯେ ତୁମ୍ଭେମାନେ, ତୁମ୍ଭମାନଙ୍କୁ ମୁଁ କହୁଅଛି। ମୁଁ ଅଣଯିହୂଦୀମାନଙ୍କ ନିମନ୍ତେ ପ୍ରେରିତ ହେବାରୁ ମୋ' ସେବକପଦର ଗୌରବ କରୁଅଛି, BSB BSB: I am speaking to you Gentiles. Inasmuch as I am the apostle to the Gentiles, I magnify my ministry
14 ULB ଯେପରି କୌଣସି ପ୍ରକାରେ ମୋହର ସ୍ୱଜାତିମାନଙ୍କୁ ଉଦ୍ଯୋଗୀ କରାଇ ସେମାନଙ୍କ ମଧ୍ୟରୁ କେତେକଙ୍କୁ ପରିତ୍ରାଣ କରି ପାରେ। BSB BSB: in the hope that I may provoke my own people to jealousy and save some of them.
15 ULB କାରଣ ଯଦି ସେମାନଙ୍କର ଦୂରୀକରଣ ଦ୍ୱାରା ଜଗତର ମିଳନ ଘଟିଲା, ତେବେ ସେମାନଙ୍କ ଗ୍ରହଣ ଦ୍ୱାରା କ'ଣ ନିଶ୍ଚୟ ମୃତମାନଙ୍କ ମଧ୍ୟରୁ ଜୀବନ ଲାଭ ନ ହେବ? BSB BSB: For if their rejection is the reconciliation of the world, what will their acceptance be but life from the dead?
16 ULB ଆଉ ଯଦି ପ୍ରଥମ ଉତ୍ସର୍ଗୀକୃତ ଅଂଶ ପବିତ୍ର, ତାହାହେଲେ ସମସ୍ତ ପିଠୋଉ ମଧ୍ୟ ପବିତ୍ର; ପୁଣି, ଯଦି ମୂଳ ପବିତ୍ର, ତେବେ ଶାଖାସବୁ ମଧ୍ୟ ପବିତ୍ର। BSB BSB: If the first part of the dough is holy, so is the whole batch; if the root is holy, so are the branches.
17 ULB କିନ୍ତୁ ଯଦି କେତେକ ଶାଖା ଉଚ୍ଛିନ୍ନ ହେଲା ଓ ତୁମ୍ଭେ ବନ୍ୟ ଜୀତ ବୃକ୍ଷର ଶାଖା ହେଲେ ହେଁ ସେହି ସବୁ ମଧ୍ୟରେ କଲମ କରାଗଲ, ପୁଣି, ସେମାନଙ୍କ ସହିତ ଜୀତବୃକ୍ଷ ମୂଳର ରସର ଅଂଶୀ ହେଲ, BSB BSB: Now if some branches have been broken off, and you, a wild olive shoot, have been grafted in among the others to share in the nourishment of the olive root,
18 ULB ତେବେ ସେହି ଡାଳଗୁଡ଼ିକ ବିରୁଦ୍ଧରେ ଗର୍ବ କର ନାହିଁ; କିନ୍ତୁ ଯଦି ଗର୍ବ କର, ତୁମ୍ଭେ ଯେ ମୂଳକୁ ଧରି ନାହଁ, ମାତ୍ର ମୂଳ ତୁମ୍ଭକୁ ଧରିଅଛି, ଏହା ଜାଣିଥାଅ। BSB BSB: do not boast over those branches. If you do, remember this: You do not support the root, but the root supports you.
19 ULB ତେବେ ତୁମ୍ଭେ କହିବ, ମୁଁ ଯେପରି କଲମ ହୋଇ ପାରେ, ଏଥି ନିମନ୍ତେ ଡାଳଗୁଡ଼ିକ ଉଚ୍ଛିନ୍ନ ହୋଇଅଛି। BSB BSB: You will say then, “Branches were broken off so that I could be grafted in.”
20 ULB ଭଲ କଥା, ସେମାନଙ୍କର ଅବିଶ୍ୱାସ ହେତୁ ସେମାନେ ଉଚ୍ଛିନ୍ନ ହେଲେ, ଆଉ ବିଶ୍ୱାସ ହେତୁ ତୁମ୍ଭେ ସ୍ଥାନ ପ୍ରାପ୍ତ ହୋଇଅଛ। ଗର୍ବିତମନା ହୁଅ ନାହିଁ, କିନ୍ତୁ ଭୟ କର; BSB BSB: That is correct: They were broken off because of unbelief, but you stand by faith. Do not be arrogant, but be afraid.
21 ULB କାରଣ ଯଦି ଈଶ୍ୱର ସ୍ୱାଭାବିକ ଶାଖାଗୁଡ଼ିକୁ ଛାଡ଼ିଦେଲେ ନାହିଁ, ତେବେ ତୁମ୍ଭକୁ ମଧ୍ୟ ଛାଡ଼ିବେ ନାହିଁ। BSB BSB: For if God did not spare the natural branches, He will certainly not spare you either.
22 ULB ଅତଏବ, ଈଶ୍ୱରଙ୍କ ଦୟା ଓ କଠୋରତା ବୁଝ; ଯେଉଁମାନେ ପତିତ ହେଲେ, ସେମାନଙ୍କ ପ୍ରତି କଠୋରତା, କିନ୍ତୁ ତୁମ୍ଭେ ଯଦି ଈଶ୍ୱରଙ୍କ ଦୟାର ଶରଣାପନ୍ନ ହୋଇ ରହିଥାଅ, ତାହାହେଲେ ତୁମ୍ଭ ପ୍ରତି ତାହାଙ୍କ ଦୟା; ନୋହିଲେ ତୁମ୍ଭେ ମଧ୍ୟ କଟାଯିବ। BSB BSB: Take notice, therefore, of the kindness and severity of God: severity to those who fell, but kindness to you, if you continue in His kindness. Otherwise you also will be cut off.
23 ULB ଆଉ, ସେମାନେ ଯଦି ଅବିଶ୍ୱାସରେ ନ ରୁହନ୍ତି, ତେବେ ସେମାନେ ମଧ୍ୟ କଲମ କରାଯିବେ, କାରଣ ସେମାନଙ୍କୁ ଆଉ ଥରେ କଲମ କରିବା ନିମନ୍ତେ ଈଶ୍ୱର ସମର୍ଥ ଅଟନ୍ତି। BSB BSB: And if they do not persist in unbelief, they will be grafted in, for God is able to graft them in again.
24 ULB କାରଣ ଯାହା ସ୍ୱଭାବତଃ ବନ୍ୟ ଜୀତବୃକ୍ଷ, ଯଦି ସେଥିରୁ ତୁମ୍ଭେ କଟାଯାଇ ଅସ୍ୱାଭାବିକଭାବେ ଉତ୍ତମ ଜୀତ-ବୃକ୍ଷରେ କଲମ କରାଗଲ, ତେବେ ସ୍ୱାଭାବିକ ଶାଖା ଯେ ଏମାନେ, ଏମାନେ କେତେ ଅଧିକ ଭାବରେ ନିଜ ଜୀତ ବୃକ୍ଷରେ କଲମ କରାଯିବେ! BSB BSB: For if you were cut from a wild olive tree, and contrary to nature were grafted into one that is cultivated, how much more readily will these, the natural branches, be grafted into their own olive tree!
26 ULB ଆଉ, ଏହି ପ୍ରକାରେ ସମସ୍ତ ଇସ୍ରାଏଲ ପରିତ୍ରାଣ ପାଇବେ, ଯେପରି ଲେଖା ଅଛି, "ସିୟୋନରୁ ଉଦ୍ଧାରକର୍ତ୍ତା ଆଗମନ କରିବେ, ସେ ଯାକୁବଠାରୁ ଅଧର୍ମ ଦୂର କରିବେ।" BSB BSB: And so all Israel will be saved, as it is written: “The Deliverer will come from Zion; He will remove godlessness from Jacob.
27 ULB ଆଉ, ଯେତେବେଳେ ଆମ୍ଭେ ସେମାନଙ୍କର ପାପସବୁ ହରଣ କରିବା, ସେତେବେଳେ ଏହା ସେମାନଙ୍କ ସହିତ ଆମ୍ଭର ନିୟମ ହେବ। BSB BSB: And this is My covenant with them when I take away their sins.”
29 ULB କାରଣ, ଈଶ୍ୱରଙ୍କ ଦାନସମୂହ ଓ ଆହ୍ୱାନ ଅନ୍ୟଥା ହୁଏ ନାହିଁ। BSB BSB: For God’s gifts and His call are irrevocable.
30 ULB ଯେଣୁ ତୁମ୍ଭେମାନେ ଯେପରି ପୂର୍ବେ ଈଶ୍ୱରଙ୍କ ଅନାଜ୍ଞାବହ ଥିଲ, କିନ୍ତୁ ଏବେ ସେମାନଙ୍କ ଅନାଜ୍ଞାବହତା ଦ୍ୱାରା ଦୟା ପ୍ରାପ୍ତ ହୋଇଅଛ, BSB BSB: Just as you who formerly disobeyed God have now received mercy through their disobedience,
31 ULB ସେହିପରି ଏମାନେ ମଧ୍ୟ ଏବେ ଅନାଜ୍ଞାବହ ହୋଇଅଛନ୍ତି, ଯେପରି ତୁମ୍ଭମାନଙ୍କ ପ୍ରତି ପ୍ରକାଶିତ ଦୟା ଦ୍ୱାରା ଏମାନେ ସୁଦ୍ଧା ଏବେ ଦୟା ପ୍ରାପ୍ତ ହୁଅନ୍ତି। BSB BSB: so they too have now disobeyed, in order that they too may now receive mercy through the mercy shown to you.
32 ULB କାରଣ ସମସ୍ତଙ୍କୁ ଦୟା କରିବା ନିମନ୍ତେ ଈଶ୍ୱର ସମସ୍ତଙ୍କୁ ଅନାଜ୍ଞାବହତାରେ ସମର୍ପଣ କରିଅଛନ୍ତି। BSB BSB: For God has consigned everyone to disobedience so that He may have mercy on everyone.
34 ULB କାରଣ, ପ୍ରଭୁଙ୍କର ମନ କିଏ ଜାଣିଅଛି? କିମ୍ବା ତାହାଙ୍କର ପରାମର୍ଶଦାତା କିଏ ହୋଇଅଛି? BSB BSB: “Who has known the mind of the Lord? Or who has been His counselor?”
35 ULB ଅବା କିଏ ତାହାଙ୍କୁ ପ୍ରଥମରେ ଦାନ କରିଅଛି, ଆଉ ତାକୁ ପ୍ରତିଦାନ କରାଯିବ? BSB BSB: “Who has first given to God, that God should repay him?”
36 ULB ଯେଣୁ ସମସ୍ତ ବିଷୟ ତାହାଙ୍କଠାରୁ, ତାହାଙ୍କ ଦ୍ୱାରା ଓ ତାହାଙ୍କ ନିମନ୍ତେ; ଯୁଗେ ଯୁଗେ ଗୌରବ ତାହାଙ୍କର। ଆମେନ୍। BSB BSB: For from Him and through Him and to Him are all things. To Him be the glory forever! Amen.
Select verses for actions: Enter goes to them and Escape comes back.