1 ULB ପ୍ରତ୍ୟେକ ଜଣ ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ବଶୀଭୂତ ହେଉ, କାରଣ ଅଧିକାର କେବଳ ଈଶ୍ୱରଙ୍କଠାରୁ ଆସେ, ଆଉ ଯେ ସମସ୍ତ ଅଧିକାରପ୍ରାପ୍ତ ଶାସନକର୍ତ୍ତା ଅଛନ୍ତି; ସେମାନେ ଈଶ୍ୱରଙ୍କ ଦ୍ୱାରା ନିଯୁକ୍ତ। BSB BSB: Everyone must submit himself to the governing authorities, for there is no authority except that which is from God. The authorities that exist have been appointed by God.
2 ULB ଅତଏବ, ଯେ ଅଧିକାର ପ୍ରତିରୋଧ କରେ, ସେ ଈଶ୍ୱରଙ୍କ ବିଧାନର ପ୍ରତିରୋଧ କରେ; ପୁଣି, ଯେଉଁମାନେ ପ୍ରତିରୋଧ କରନ୍ତି, ସେମାନେ ଆପଣା ଆପଣା ଉପରେ ଦଣ୍ଡ ଘଟାଇବେ। BSB BSB: Consequently, whoever resists authority is opposing what God has set in place, and those who do so will bring judgment on themselves.
3 ULB କାରଣ ଶାସନକର୍ତ୍ତାମାନେ ସଦାଚାରୀ ପ୍ରତି ଭୟଜନକ ନୁହଁନ୍ତି, କିନ୍ତୁ ଅସଦାଚାରୀ ପ୍ରତି ଭୟଜନକ। ତୁମ୍ଭେ କି ଅଧିକାରପ୍ରାପ୍ତ ଶାସନକର୍ତ୍ତାଙ୍କ ନିକଟରେ ନିର୍ଭୟ ହେବାକୁ ଇଚ୍ଛା କର? ତେବେ ସଦାଚାର କର, ତାହାହେଲେ ତାହାଙ୍କଠାରୁ ପ୍ରଶଂସା ପାଇବ, BSB BSB: For rulers are not a terror to good conduct, but to bad. Do you want to be unafraid of the one in authority? Then do what is right, and you will have his approval.
5 ULB ଅତଏବ, କେବଳ କ୍ରୋଧର ଭୟରେ ନୁହେଁ, ମାତ୍ର ବିବେକ ହେତୁ ମଧ୍ୟ ବଶୀଭୂତ ହେବା ଆବଶ୍ୟକ। BSB BSB: Therefore it is necessary to submit to authority, not only to avoid punishment, but also as a matter of conscience.
6 ULB ଯେଣୁ ଏହି କାରଣରୁ ତୁମ୍ଭେମାନେ ରାଜସ୍ୱ ମଧ୍ୟ ଦେଇଥାଅ, କାରଣ ସେମାନେ ଈଶ୍ୱରଙ୍କ ସେବକ ସ୍ୱରୂପେ ଏହି କାର୍ଯ୍ୟରେ ପ୍ରବୃତ୍ତ ରହନ୍ତି। BSB BSB: This is also why you pay taxes. For the authorities are God’s servants, who devote themselves to their work.
7 ULB ଯାହାଙ୍କର ଯାହା ପ୍ରାପ୍ୟ, ତାହାଙ୍କୁ ତାହା ଦିଅ; ଯାହାଙ୍କୁ ରାଜସ୍ୱ ଦେବାକୁ ହୁଏ, ତାହାଙ୍କୁ ରାଜସ୍ୱ ଦିଅ; ଯାହାଙ୍କୁ ଶୁଳ୍କ ଦେବାକୁ ହୁଏ, ତାହାଙ୍କୁ ଶୁଳ୍କ ଦିଅ; ଯାହାଙ୍କୁ ଭୟ କରିବାକୁ ହୁଏ, ତାହାଙ୍କୁ ଭୟ କର; ଯାହାଙ୍କୁ ସମାଦର କରିବାକୁ ହୁଏ, ତାହାଙ୍କୁ ସମାଦର କର। BSB BSB: Pay everyone what you owe him: taxes to whom taxes are due, revenue to whom revenue is due, respect to whom respect is due, honor to whom honor is due.
8 ULB ପରସ୍ପରକୁ ପ୍ରେମ କରିବା ବିନା ଆଉ କାହିଁରେ କାହାରିଠାରେ ଋଣୀ ହୁଅ ନାହିଁ; କାରଣ ଯେ ପରକୁ ପ୍ରେମ କରେ, ସେ ମୋଶାଙ୍କ ବ୍ୟବସ୍ଥା ସଫଳ କରିଅଛି। BSB BSB: Be indebted to no one, except to one another in love. For he who loves his neighbor has fulfilled the law.
9 ULB କାରଣ ବ୍ୟଭିଚାର କର ନାହିଁ, ନରହତ୍ୟା କର ନାହିଁ, ଚୋରି କର ନାହିଁ, ଲୋଭ କର ନାହିଁ, ପୁଣି, ଯଦି ଆଉ କୌଣସି ଆଜ୍ଞା ଥାଏ, ତାହା ସାରଭାବେ ଏହି ବାକ୍ୟର ଅନ୍ତର୍ଗତ ଅଟେ, ଯଥା, ପ୍ରତିବାସୀକୁ ଆତ୍ମତୁଲ୍ୟ ପ୍ରେମ କର। BSB BSB: The commandments “Do not commit adultery,” “Do not murder,” “Do not steal,” “Do not covet,” and any other commandments, are summed up in this one decree: “Love your neighbor as yourself.”
10 ULB ପ୍ରେମ ପ୍ରତିବାସୀର ଅନିଷ୍ଟ କରେ ନାହିଁ; ଅତଏବ, ପ୍ରେମ ମୋଶାଙ୍କ ବ୍ୟବସ୍ଥା ସଫଳ କରେ। BSB BSB: Love does no wrong to its neighbor. Therefore love is the fulfillment of the law.
11 ULB ପୁଣି, ଏବେ ତୁମ୍ଭମାନଙ୍କର ନିଦ୍ରାରୁ ଜାଗ୍ରତ ହେବାର ସମୟ ଯେ ଉପସ୍ଥିତ, ଏହା ଜାଣି ଏହି ସବୁ କର; କାରଣ ଆମ୍ଭମାନଙ୍କ ବିଶ୍ୱାସ କରିବାର ଦିନଠାରୁ ବର୍ତ୍ତମାନ ପରିତ୍ରାଣ ଆମ୍ଭମାନଙ୍କର ଅଧିକ ସନ୍ନିକଟ। BSB BSB: And do this, understanding the occasion. The hour has come for you to wake up from your slumber, for our salvation is nearer now than when we first believed.
12 ULB ରାତ୍ରି ପାହାନ୍ତା ହେଉଅଛି, ଦିବସ ସନ୍ନିକଟ; ଅତଏବ ଆସ, ଆମ୍ଭେମାନେ ଅନ୍ଧକାରର କର୍ମସବୁ ପରିତ୍ୟାଗ କରି ଆଲୋକର ସଜ୍ଜା ପରିଧାନ କରୁ। BSB BSB: The night is nearly over; the day has drawn near. So let us lay aside the deeds of darkness and put on the armor of light.
13 ULB ରଙ୍ଗରସ ଓ ମତ୍ତତାରେ, ଲମ୍ପଟତା ଓ କାମୁକତାରେ, ବିବାଦ ଓ ଈର୍ଷାରେ ଆଚରଣ ନ କରି ଆସ, ଆମ୍ଭେମାନେ ଦିବସର ବିହିତ ଭଦ୍ର ଆଚରଣ କରୁ। BSB BSB: Let us behave decently, as in the daytime, not in carousing and drunkenness, not in sexual immorality and debauchery, not in dissension and jealousy.
14 ULB ପୁଣି, ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କୁ ତୁମ୍ଭେମାନେ ବସ୍ତ୍ରରୂପେ ପରିଧାନ କର, ଆଉ କୁଅଭିଳାଷ ତୃପ୍ତି କରିବା ସକାଶେ ଶରୀର ନିମନ୍ତେ ଆୟୋଜନ କର ନାହିଁ। BSB BSB: Instead, clothe yourselves with the Lord Jesus Christ, and make no provision for the desires of the flesh.
Select verses for actions: Enter goes to them and Escape comes back.