1 ULB ତେବେ, ଆମ୍ଭେମାନେ କ'ଣ କରିବା? ଅନୁଗ୍ରହ ଯେପରି ପ୍ରଚୁର ହୁଏ, ଏଥିପାଇଁ କି ପାପରେ ରହିଥିବା? BSB BSB: What then shall we say? Shall we continue in sin so that grace may increase?
2 ULB ତାହା କେବେ ହେଁ ନ ହେଉ। ପାପ ପ୍ରତି ମୃତ୍ୟୁ ଯେ ଆମ୍ଭେମାନେ, କିପରି ସେଥିରେ ଆଉ ଆମ୍ଭେମାନେ ଜୀବନ କାଟିବା? BSB BSB: Certainly not! How can we who died to sin live in it any longer?
3 ULB ଆମ୍ଭେମାନେ ଯେତେ ଲୋକ ଖ୍ରୀଷ୍ଟ ଯୀଶୁଙ୍କଠାରେ ବାପ୍ତିଜିତ ହୋଇଅଛୁ, ସମସ୍ତେ ଯେ ତାହାଙ୍କ ମରଣରେ ବାପ୍ତିଜିତ ହୋଇଅଛୁ, ଏହା କି ତୁମ୍ଭେମାନେ ଜାଣ ନାହିଁ? BSB BSB: Or aren’t you aware that all of us who were baptized into Christ Jesus were baptized into His death?
4 ULB ଅତଏବ, ଆମ୍ଭେମାନେ ବାପ୍ତିସ୍ମ ଦ୍ୱାରା ମରଣରେ ତାହାଙ୍କ ସହିତ ସମାଧିପ୍ରାପ୍ତ ହୋଇଅଛୁ, ଯେପରି ଖ୍ରୀଷ୍ଟ ପିତାଙ୍କ ଗୌରବ ଦ୍ୱାରା ମୃତ୍ୟୁମାନଙ୍କ ମଧ୍ୟରୁ ଯେଉଁ ପ୍ରକାରେ ଉତ୍ଥାପିତ ହେଲେ, ଆମ୍ଭେମାନେ ମଧ୍ୟ ସେହି ପ୍ରକାରେ ଜୀବନର ନୂତନ ଭାବରେ ଆଚରଣ କରୁ; BSB BSB: We were therefore buried with Him through baptism into death, in order that, just as Christ was raised from the dead through the glory of the Father, we too may walk in newness of life.
5 ULB କାରଣ ଯଦି ଆମ୍ଭେମାନେ ତାହାଙ୍କ ମୃତ୍ୟୁର ସାଦୃଶ୍ୟରେ ମୃତ୍ୟୁଭୋଗ କରି ତାହାଙ୍କ ସହିତ ଏକୀଭୂତ ହୋଇଅଛୁ, ତାହାହେଲେ ନିଶ୍ଚୟ ତାହାଙ୍କ ପୁନରୁତ୍ଥାନର ସାଦୃଶ୍ୟରେ ମଧ୍ୟ ଉତ୍ଥିତ ହୋଇ ତାହାଙ୍କ ସହିତ ଏକୀଭୂତ ହେବା। BSB BSB: For if we have been united with Him like this in His death, we will certainly also be united with Him in His resurrection.
6 ULB ଯେପରି ଆମ୍ଭେମାନେ ଆଉ ପାପର ଦାସତ୍ୱରେ ନ ରହୁ, ଏଥିପାଇଁ ପାପର ଶରୀର ବିନଷ୍ଟ ହେବା ନିମନ୍ତେ ଆମ୍ଭମାନଙ୍କର ପୁରାତନ ସ୍ୱଭାବ ଯେ ତାହାଙ୍କ ସହିତ କ୍ରୁଶରେ ହତ ହୋଇଅଛି, BSB BSB: We know that our old self was crucified with Him so that the body of sin might be rendered powerless, that we should no longer be slaves to sin.
7 ULB ଏହା ତ ଆମ୍ଭେମାନେ ଜାଣୁ, କାରଣ ଯେ ମରିଅଛି, ସେ ପାପରୁ ମୁକ୍ତ ହୋଇଅଛି। BSB BSB: For anyone who has died has been freed from sin.
8 ULB କିନ୍ତୁ ଆମ୍ଭେମାନେ ଯଦି ଖ୍ରୀଷ୍ଟଙ୍କ ସହିତ ମରିଅଛୁ, ତାହାହେଲେ ଆମ୍ଭେମାନେ ଯେ ତାହାଙ୍କ ସହିତ ମଧ୍ୟ ବଞ୍ଚିବା, ଏହା ଆମ୍ଭେମାନେ ବିଶ୍ୱାସ କରୁ। BSB BSB: Now if we died with Christ, we believe that we will also live with Him.
9 ULB ଖ୍ରୀଷ୍ଟ ମୃତ୍ୟୁମାନଙ୍କ ମଧ୍ୟରୁ ଉତ୍ଥାପିତ ହେବାରୁ ଯେ ଆଉ କେବେ ମରିବେ ନାହିଁ, ଏହା ତ ଆମ୍ଭେମାନେ ଜାଣୁ; ତାହାଙ୍କ ଉପରେ ମୃତ୍ୟୁର ଆଉ କର୍ତ୍ତୃତ୍ୱ ନାହିଁ। BSB BSB: For we know that since Christ was raised from the dead, He cannot die again; death no longer has dominion over Him.
10 ULB କାରଣ ସେ ଯେଉଁ ମୃତ୍ୟୁଭୋଗ କଲେ, ତଦ୍ୱାରା ସେ ଥରେ ହିଁ ପାପ ପ୍ରତି ମୃତ୍ୟୁ ହେଲେ; କିନ୍ତୁ ସେ ଯେଉଁ ଜୀବନରେ ଜୀବିତ, ସେଥିରେ ସେ ଈଶ୍ୱରଙ୍କ ପ୍ରତି ଜୀବିତ ଅଟନ୍ତି। BSB BSB: The death He died, He died to sin once for all; but the life He lives, He lives to God.
11 ULB ସେହି ପ୍ରକାରେ ତୁମ୍ଭେମାନେ ମଧ୍ୟ ଆପଣା ଆପଣାକୁ ପାପ ପ୍ରତି ମୃତ, କିନ୍ତୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଥାଇ ଈଶ୍ୱରଙ୍କ ପ୍ରତି ଜୀବିତ ବୋଲି ଗଣନା କର। BSB BSB: So you too must count yourselves dead to sin, but alive to God in Christ Jesus.
12 ULB ଅତଏବ ପାପ ତୁମ୍ଭମାନଙ୍କ ମର୍ତ୍ତ୍ୟ ଶରୀରରେ ରାଜତ୍ୱ ନ କରୁ, ତାହା କଲେ, ତୁମ୍ଭେମାନେ ସେଥିର କୁଅଭିଳାଷ- ଗୁଡ଼ାକର ବଶବର୍ତ୍ତୀ ହେବ; BSB BSB: Therefore do not let sin reign in your mortal body so that you obey its desires.
13 ULB କିମ୍ବା ଆପଣା ଆପଣାର ଅଙ୍ଗପ୍ରତ୍ୟଙ୍ଗକୁ ଅଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ପାପ ନିକଟରେ ସମର୍ପଣ କର ନାହିଁ, କିନ୍ତୁ ମୃତମାନଙ୍କ ମଧ୍ୟରୁ ଜୀବିତ ହେଲା ପରି ଆପଣା ଆପଣାକୁ ଈଶ୍ୱରଙ୍କ ନିକଟରେ ସମର୍ପଣ କର, ପୁଣି, ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଧାର୍ମିକତାର ଅସ୍ତ୍ରଶସ୍ତ୍ର ରୂପେ ଈଶ୍ୱରଙ୍କ ନିକଟରେ ସମର୍ପଣ କର। BSB BSB: Do not present the parts of your body to sin as instruments of wickedness, but present yourselves to God as those who have been brought from death to life; and present the parts of your body to Him as instruments of righteousness.
14 ULB କାରଣ ପାପ ତୁମ୍ଭମାନଙ୍କ ଉପରେ କର୍ତ୍ତୃତ୍ୱ କରିବ ନାହିଁ, ଯେଣୁ ତୁମ୍ଭେମାନେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୁହଁ, ମାତ୍ର ଅନୁଗ୍ରହର ଅଧୀନ ଅଟ। BSB BSB: For sin shall not be your master, because you are not under law, but under grace.
15 ULB ତେବେ କ'ଣ? ଆମ୍ଭେମାନେ ଯେ ମୋଶାଙ୍କ ବ୍ୟବସ୍ଥାର ଅଧୀନ ନୋହୁଁ, ମାତ୍ର ଅନୁଗ୍ରହର ଅଧୀନ ଅଟୁ, ଏଥି ନିମନ୍ତେ କି ପାପ କରିବା? ତାହା କେବେ ହେଁ ନ ହେଉ। BSB BSB: What then? Shall we sin because we are not under law, but under grace? Certainly not!
16 ULB ମୃତ୍ୟୁଜନକ ପାପ କିମ୍ବା ଧାର୍ମିିକତାଜନକ ଆଜ୍ଞାବହତା, ଏହା ମଧ୍ୟରୁ ଯାହା ନିକଟରେ ତୁମ୍ଭେମାନେ ଆଜ୍ଞାବହ ହେବା ନିମନ୍ତେ ଆପଣା ଆପଣାକୁ ଦାସ ରୂପେ ସମର୍ପଣ କର, ଅର୍ଥାତ୍ ଯାହାର ଆଜ୍ଞା ପାଳନ କର, ତାହାର ଯେ ତୁମ୍ଭେମାନେ ଦାସ ଅଟ, ଏହା କ'ଣ ଜାଣ ନାହିଁ? BSB BSB: Do you not know that when you offer yourselves as obedient slaves, you are slaves to the one you obey, whether you are slaves to sin leading to death, or to obedience leading to righteousness?
17 ULB କିନ୍ତୁ ଈଶ୍ୱରଙ୍କର ଧନ୍ୟବାଦ ହେଉ ଯେ, ତୁମ୍ଭେମାନେ, ଯେଉଁମାନେ କି ପୂର୍ବରେ ପାପର ଦାସ ଥିଲ, ଏବେ ଯେଉଁ ଶିକ୍ଷାର ଆଦର୍ଶ ନିକଟରେ ସମର୍ପିତ ହୋଇଅଛ, ହୃଦୟ ସହ ସେଥିର ଆଜ୍ଞାବହ ହୋଇଅଛ, BSB BSB: But thanks be to God that, though you once were slaves to sin, you wholeheartedly obeyed the form of teaching to which you were committed.
18 ULB ପୁଣି, ପାପରୁ ମୁକ୍ତ ହୋଇ ଧାର୍ମିକତାର ଦାସ ହୋଇଅଛ। BSB BSB: You have been set free from sin and have become slaves to righteousness.
19 ULB ତୁମ୍ଭମାନଙ୍କ ମାନବୀୟ ଦୁର୍ବଳତା ହେତୁ ମୁଁ ମନୁଷ୍ୟ ଭାବରେ କହୁଅଛି; ତୁମ୍ଭେମାନେ ଯେପରି ଅଧର୍ମ ନିମନ୍ତେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ଅଶୁଚିତା ଓ ଅଧର୍ମ ନିକଟରେ ଦାସ ରୂପେ ସମର୍ପଣ କରିଥିଲ, ସେହିପରି ଏବେ ଆପଣା ଆପଣା ଅଙ୍ଗପ୍ରତ୍ୟଙ୍ଗକୁ ପବିତ୍ରତା ନିମନ୍ତେ ଧାର୍ମିକତା ନିକଟରେ ଦାସ ରୂପେ ସମର୍ପଣ କର। BSB BSB: I am speaking in human terms because of the weakness of your flesh. Just as you used to offer the parts of your body in slavery to impurity and to escalating wickedness, so now offer them in slavery to righteousness leading to holiness.
20 ULB କାରଣ ତୁମ୍ଭେମାନେ ପାପର ଦାସ ଥିବା ସମୟରେ ଧାର୍ମିକତା ସମ୍ବନ୍ଧରେ ସ୍ୱାଧୀନ ଥିଲ। BSB BSB: For when you were slaves to sin, you were free of obligation to righteousness.
21 ULB ତେବେ, ସେହି ସମୟରେ ତୁମ୍ଭମାନଙ୍କର କି ଫଳ ଥିଲା? ଯେ ସମସ୍ତ ବିଷୟରେ ତୁମ୍ଭେମାନେ ଏବେ ଲଜ୍ଜାବୋଧ କରୁଅଛ, କେବଳ ସେତିକି ମାତ୍ର; ସେହି ସମସ୍ତର ପରିଣାମ ତ ମୃତ୍ୟୁ। BSB BSB: What fruit did you reap at that time from the things of which you are now ashamed? The outcome of those things is death.
22 ULB କିନ୍ତୁ ଏବେ ପାପର ଅଧୀନତାରୁ ମୁକ୍ତ ହୋଇ ଈଶ୍ୱରଙ୍କ ଦାସ ହେବାରୁ ତୁମ୍ଭେମାନେ ପବିତ୍ରତା ଉଦ୍ଦେଶ୍ୟରେ ଫଳ ପାଉଅଛ, ଆଉ ଏଥିର ପରିଣାମ ଅନନ୍ତ ଜୀବନ। BSB BSB: But now that you have been set free from sin and have become slaves to God, the fruit you reap leads to holiness, and the outcome is eternal life.
23 ULB କାରଣ ପାପର ବେତନ ମୃତ୍ୟୁ, କିନ୍ତୁ ଈଶ୍ୱରଙ୍କ ଅନୁଗ୍ରହ ଦାନ ଆମ୍ଭମାନଙ୍କ ପ୍ରଭୁ ଖ୍ରୀଷ୍ଟ ଯୀଶୁଙ୍କ ସହଭାଗିତାରେ ଅନନ୍ତ ଜୀବନ ଅଟେ। BSB BSB: For the wages of sin is death, but the gift of God is eternal life in Christ Jesus our Lord.
Select verses for actions: Enter goes to them and Escape comes back.