1 ULB ହେ ମୋହର ପ୍ରିୟେ, ଦେଖ, ତୁମ୍ଭେ ସୁନ୍ଦରୀ; ଦେଖ ତୁମ୍ଭେ ସୁନ୍ଦରୀ; ଓଢ଼ଣା ତଳେ ତୁମ୍ଭ ଚକ୍ଷୁ କପୋତ ତୁଲ୍ୟ; ତୁମ୍ଭର କେଶ ଗିଲୀୟଦ ପର୍ବତ ପାର୍ଶ୍ୱରେ ଆରାମକାରୀ ଛେଳିପଲ ତୁଲ୍ୟ। BSB BSB: How beautiful you are, my darling—how very beautiful! Your eyes are like doves behind your veil. Your hair is like a flock of goats streaming down Mount Gilead.
2 ULB ତୁମ୍ଭର ଦନ୍ତ-ପଂକ୍ତି ନୂତନ ଲୋମକଟା, ସ୍ନାନରୁ ଉତ୍ଥିତା ମେଷୀପଲ ତୁଲ୍ୟ; ସେମାନଙ୍କ ପ୍ରତ୍ୟେକର ଯାଆଁଳା ଛୁଆ ଅଛି, ଆଉ ସେମାନଙ୍କ ମଧ୍ୟରୁ କାହାରି ଛୁଆ ମରି ନାହିଁ। BSB BSB: Your teeth are like a flock of newly shorn sheep coming up from the washing; each has its twin, and not one of them is lost.
3 ULB ତୁମ୍ଭର ଓଷ୍ଠାଧର ସିନ୍ଦୂରବର୍ଣ୍ଣ ସୂତା ତୁଲ୍ୟ ଓ ତୁମ୍ଭର ମୁଖ ମନୋହର; ଓଢ଼ଣି ତଳେ ତୁମ୍ଭ ଗାଲ ଡାଳିମ୍ବ ତୁଲ୍ୟ। BSB BSB: Your lips are like a scarlet ribbon, and your mouth is lovely. Your brow behind your veil is like a slice of pomegranate.
4 ULB ତୁମ୍ଭର ଗଳଦେଶ ଅସ୍ତ୍ରାଗାର ନିମନ୍ତେ ନିର୍ମିତ ଦାଉଦଙ୍କ ଦୁର୍ଗ ତୁଲ୍ୟ, ସେହି ଦୁର୍ଗ ମଧ୍ୟରେ ଏକ ସହସ୍ର ଚର୍ମ, ବୀରଗଣର ସକଳ ଢାଲ ଟଙ୍ଗାଗଲା। BSB BSB: Your neck is like the tower of David, built with rows of stones; on it hang a thousand shields, all of them shields of warriors.
5 ULB କଇଁଫୁଲବନରେ ଚରିବାର ଯାଆଁଳା ହରିଣ ଛୁଆ ତୁଲ୍ୟ ତୁମ୍ଭର ସ୍ତନଯୁଗଳ। BSB BSB: Your breasts are like two fawns, twins of a gazelle grazing among the lilies.
6 ULB ଦିବସ ଶୀତଳ ହେବା ଓ ଛାୟା ବହିଯିବା ପର୍ଯ୍ୟନ୍ତ ମୁଁ ଗନ୍ଧରସ-ପର୍ବତ ଓ କୁନ୍ଦୁରୁ-ଉପପର୍ବତକୁ ଯିବି। BSB BSB: Before the day breaks and the shadows flee, I will make my way to the mountain of myrrh and to the hill of frankincense.
7 ULB ହେ ମୋହର ପ୍ରିୟେ, ତୁମ୍ଭେ ସର୍ବାଙ୍ଗ ସୁନ୍ଦରୀ; ତୁମ୍ଭଠାରେ କୌଣସି ଖୁଣ ନାହିଁ। BSB BSB: You are altogether beautiful, my darling; in you there is no flaw.
8 ULB ହେ ମୋହର କନ୍ୟେ, ମୋ’ ସଙ୍ଗେ ଲିବାନୋନରୁ, ମୋ’ ସଙ୍ଗେ ଲିବାନୋନରୁ ଆସ; ଅମାନାର ଶୃଙ୍ଗରୁ, ସନୀର୍ ଓ ହର୍ମୋଣର ଶୃଙ୍ଗରୁ, ସିଂହମାନଙ୍କ ଗହ୍ୱରରୁ, ଚିତାବାଘମାନଙ୍କ ପର୍ବତରୁ ତଳକୁ ଆସ। BSB BSB: Come with me from Lebanon, my bride, come with me from Lebanon! Descend from the peak of Amana, from the summits of Senir and Hermon, from the dens of the lions, from the mountains of the leopards.
9 ULB ହେ ମୋହର ପ୍ରିୟେ, ହେ ମୋହର କନ୍ୟା, ତୁମ୍ଭେ ମୋହର ଚିତ୍ତ ହରଣ କରିଅଛ; ତୁମ୍ଭେ ଆପଣାର ଏକ ଦୃଷ୍ଟିରେ, ଆପଣା ଗଳାର ଏକ ହାରରେ ମୋହର ଚିତ୍ତ ହରଣ କରିଅଛ। BSB BSB: You have captured my heart, my sister, my bride; you have stolen my heart with one glance of your eyes, with one jewel of your neck.
10 ULB ହେ ମୋହର ପ୍ରିୟେ, ମୋହର କନ୍ୟା, ତୁମ୍ଭର ପ୍ରେମ କିପରି ମନୋରମ! ତୁମ୍ଭ ପ୍ରେମ ଦ୍ରାକ୍ଷାରସ ଅପେକ୍ଷା କିପରି ଉତ୍ତମ! ପୁଣି, ତୁମ୍ଭ ତୈଳର ସୁଗନ୍ଧ ସର୍ବପ୍ରକାର ସୁଗନ୍ଧିଦ୍ରବ୍ୟ ଅପେକ୍ଷା କିପରି ଉତ୍ତମ! BSB BSB: How delightful is your love, my sister, my bride! Your love is much better than wine, and the fragrance of your perfume than all spices.
11 ULB ହେ ମୋହର କନ୍ୟା, ତୁମ୍ଭ ଓଷ୍ଠାଧରରୁ ମଧୁଚାକ ପରି ଟୋପା ଟୋପା କ୍ଷରେ; ମଧୁ ଓ ଦୁଗ୍ଧ ତୁମ୍ଭ ଜିହ୍ୱା ତଳେ ଥାଏ; ତୁମ୍ଭ ବସ୍ତ୍ରର ସୁଗନ୍ଧ ଲିବାନୋନର ସୁଗନ୍ଧ ତୁଲ୍ୟ। BSB BSB: Your lips, my bride, drip sweetness like the honeycomb; honey and milk are under your tongue, and the fragrance of your garments is like the aroma of Lebanon.
12 ULB ମୋହର ପ୍ରିୟେ, ମୋହର କନ୍ୟା ଏକ ରୁଦ୍ଧ ଉଦ୍ୟାନ; ଏକ ରୁଦ୍ଧ ନିର୍ଝର, ଏକ ମୁଦ୍ରାଙ୍କିତ ଜଳାକାର ସଦୃଶ୍ୟ। BSB BSB: My sister, my bride, you are a garden locked up, a spring enclosed, a fountain sealed.
13 ULB ତୁମ୍ଭର ପଲ୍ଲବ ବହୁମୂଲ୍ୟ ଫଳବିଶିଷ୍ଟ ଡାଳିମ୍ବ ଉପବନ; ମେହେନ୍ଦି, ସୁଗନ୍ଧି ବୃକ୍ଷର ଚାରାବିଶିଷ୍ଟ, BSB BSB: Your branches are an orchard of pomegranates with the choicest of fruits, with henna and nard,
14 ULB ଜଟାମାଂସୀ ଓ କୁଙ୍କୁମ, ବଚ ଓ ଦାରୁଚିନି, ସର୍ବପ୍ରକାର କୁନ୍ଦୁରୁ ବୃକ୍ଷବିଶିଷ୍ଟ ଗନ୍ଧରସ ଓ ଅଗୁରୁ, ସର୍ବପ୍ରକାର ପ୍ରଧାନ ପ୍ରଧାନ ସୁଗନ୍ଧି ବୃକ୍ଷବିଶିଷ୍ଟ। BSB BSB: with nard and saffron, with calamus and cinnamon, with every kind of frankincense tree, with myrrh and aloes, with all the finest spices.
15 ULB ତୁମ୍ଭେ ଉଦ୍ୟାନସମୂହର ଜଳାକର, ଅମୃତ ଜଳର କୂପ ଓ ଲିବାନୋନରୁ ପ୍ରବାହିତ ସ୍ରୋତ ସଦୃଶ୍ୟ। BSB BSB: You are a garden spring, a well of fresh water flowing down from Lebanon.
16 ULB ହେ ଉତ୍ତରୀୟ ବାୟୁ, ଜାଗ; ହେ ଦକ୍ଷିଣ ବାୟୁ, ଆସ; ମୋ’ ଉଦ୍ୟାନର ସୁଗନ୍ଧି ଯେପରି ନିର୍ଗତ ହେବ, ଏଥିପାଇଁ ତହିଁ ଉପରେ ବହ। ମୋହର ପ୍ରିୟତମ ଆପଣା ଉଦ୍ୟାନକୁ ଆସନ୍ତୁ ଓ ଆପଣାର ବହୁମୂଲ୍ୟ ଫଳସବୁ ଭୋଜନ କରନ୍ତୁ। BSB BSB: Awake, O north wind, and come, O south wind. Breathe on my garden and spread the fragrance of its spices. Let my beloved come into his garden and taste its choicest fruits.
Select verses for actions: Enter goes to them and Escape comes back.