1 ULB ହେ ମୋହର ପ୍ରିୟେ, ମୋହର କନ୍ୟା, ମୁଁ ଆପଣା ଉଦ୍ୟାନକୁ ଆସିଅଛି; ମୁଁ ଆପଣା ଗନ୍ଧରସ ଓ ସୁଗନ୍ଧି ଦ୍ରବ୍ୟ ସଂଗ୍ରହ କରିଅଛି; ମୁଁ ଆପଣା ମଧୁଚାକ ଓ ମଧୁ ଭୋଜନ କରିଅଛି; ମୁଁ ଆପଣା ଦ୍ରାକ୍ଷାରସ ଓ ଦୁଗ୍ଧ ପାନ କରିଅଛି। ହେ ବନ୍ଧୁଗଣ, ଭୋଜନ କର; ହେ ପ୍ରିୟତମଗଣ, ପାନ କର, ହଁ, ଯଥେଷ୍ଟ ପାନ କର। BSB BSB: I have come to my garden, my sister, my bride; I have gathered my myrrh with my spice. I have eaten my honeycomb with my honey; I have drunk my wine with my milk. Eat, O friends, and drink; drink freely, O beloved.
2 ULB ମୁଁ ନିଦ୍ରିତା ଥିଲି, ମାତ୍ର ମୋହର ହୃଦୟ ଜାଗ୍ରତ ଥିଲା; ଏହି ତ ମୋ’ ପ୍ରିୟତମଙ୍କ ରବ, ସେ ଦ୍ୱାରରେ ଆଘାତ କରି କହୁଅଛନ୍ତି, “ହେ ମୋହର ଭଗିନୀ, ମୋହର ପ୍ରିୟେ, ମୋହର କପୋତୀ, ମୋହର ଶୁଦ୍ଧମତେ; ମୋ’ ପାଇଁ ଦ୍ୱାର ଫିଟାଅ; କାରଣ ମୋହର ମସ୍ତକ ଶିଶିରରେ, ମୋହର କେଶ ରାତ୍ରିର ଜଳବିନ୍ଦୁରେ ପରିପୂର୍ଣ୍ଣ।” BSB BSB: I sleep, but my heart is awake. A sound! My beloved is knocking: “Open to me, my sister, my darling, my dove, my flawless one. My head is drenched with dew, my hair with the dampness of the night.”
3 ULB ମୁଁ ଆପଣା ଜାମା କାଢ଼ି ପକାଇଅଛି, କିପରି ପୁନର୍ବାର ତାହା ପିନ୍ଧିବି? ମୁଁ ଆପଣା ପାଦ ଧୋଇଅଛି; କିପରି ପୁନର୍ବାର ତାହା ମଳିନ କରିବି? BSB BSB: I have taken off my robe—must I put it back on? I have washed my feet—must I soil them again?
4 ULB ମୋ’ ପ୍ରିୟତମ ଦ୍ୱାରର ଛିଦ୍ରରେ ଆପଣା ହସ୍ତ ଥୋଇଲେ, ତହିଁରେ ମୋହର ହୃଦୟ ତାଙ୍କ ପାଇଁ ଉତ୍ତେଜିତ ହେଲା। BSB BSB: My beloved put his hand to the latch; my heart pounded for him.
5 ULB ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇବାକୁ ଉଠିଲି; କିଳିଣୀର ବେଣ୍ଟ ଉପରେ ମୋ’ ହସ୍ତରୁ ଗନ୍ଧରସ, ମୋ’ ଅଙ୍ଗୁଳିରୁ ଦ୍ରବ ଗନ୍ଧରସ କ୍ଷରିଲା। BSB BSB: I rose up to open for my beloved. My hands dripped with myrrh, my fingers with flowing myrrh on the handles of the bolt.
6 ULB ମୁଁ ଆପଣା ପ୍ରିୟତମଙ୍କ ପାଇଁ ଦ୍ୱାର ଫିଟାଇଲି; ମାତ୍ର ମୋହର ପ୍ରିୟତମ ସ୍ଥାନାନ୍ତରେ ଚାଲି ଯାଇଥିଲେ। ସେ କଥା କହିବା ବେଳେ ମୋହର ପ୍ରାଣ ଉଡ଼ିଗଲା; ମୁଁ ତାଙ୍କୁ ଖୋଜିଲି, ମାତ୍ର ପାଇପାରିଲି ନାହିଁ; ମୁଁ ତାଙ୍କୁ ଡାକିଲି, ମାତ୍ର ସେ ମୋତେ କୌଣସି ଉତ୍ତର ଦେଲେ ନାହିଁ। BSB BSB: I opened for my beloved, but he had turned and gone. My heart sank at his departure. I sought him but did not find him. I called, but he did not answer.
7 ULB ନଗର ଭ୍ରମଣକାରୀ ପ୍ରହରୀମାନେ ମୋତେ ଦେଖିଲେ, ସେମାନେ ମୋତେ ପ୍ରହାର କଲେ, ସେମାନେ ମୋତେ କ୍ଷତବିକ୍ଷତ କଲେ। ପ୍ରାଚୀର-ରକ୍ଷକମାନେ ମୋ’ଠାରୁ ମୋହର ଆଚ୍ଛାଦନ-ବସ୍ତ୍ର କାଢ଼ି ନେଇଗଲେ। BSB BSB: I encountered the watchmen on their rounds of the city. They beat me and bruised me; they took away my cloak, those guardians of the walls.
8 ULB ହେ ଯିରୂଶାଲମର କନ୍ୟାଗଣ, ଯେବେ ତୁମ୍ଭେମାନେ ମୋ’ ପ୍ରିୟତମଙ୍କର ଦେଖା ପାଇବ, ତେବେ ମୁଁ ତୁମ୍ଭମାନଙ୍କୁ ଶପଥ ଦେଇ କହୁଅଛି, ମୁଁ ପ୍ରେମପୀଡ଼ିତା ବୋଲି ତୁମ୍ଭେମାନେ ତାଙ୍କୁ କହିବ। BSB BSB: O daughters of Jerusalem, I adjure you, if you find my beloved, tell him I am sick with love.
9 ULB ହେ ନାରୀଗଣ ମଧ୍ୟରେ ପରମା ସୁନ୍ଦରୀ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? ତୁମ୍ଭେ ଯେ ଆମ୍ଭମାନଙ୍କୁ ଶପଥ ଦେଉଅଛ, ତୁମ୍ଭ ପ୍ରିୟତମ କି ବିଷୟରେ ଅନ୍ୟ ପ୍ରିୟତମଠାରୁ ଅଧିକ? BSB BSB: How is your beloved better than others, O most beautiful among women? How is your beloved better than another, that you charge us so?
10 ULB ମୋହର ପ୍ରିୟତମ ଶ୍ଵେତ ଓ ରକ୍ତବର୍ଣ୍ଣ, ଦଶ ସହସ୍ର ମଧ୍ୟରେ ପ୍ରଧାନ। BSB BSB: My beloved is dazzling and ruddy, outstanding among ten thousand.
11 ULB ତାଙ୍କର ମସ୍ତକ ଶୁଦ୍ଧ ସୁବର୍ଣ୍ଣ ତୁଲ୍ୟ, ତାଙ୍କର କେଶ କୁଞ୍ଚିତ ଓ ଡାମରା କାଉ ତୁଲ୍ୟ କୃଷ୍ଣବର୍ଣ୍ଣ। BSB BSB: His head is purest gold; his hair is wavy and black as a raven.
12 ULB ତାଙ୍କର ନେତ୍ରଯୁଗଳ ଜଳସ୍ରୋତ ନିକଟସ୍ଥ କପୋତ ତୁଲ୍ୟ; ଦୁଗ୍ଧରେ ଧୌତ ଓ ଯଥା ସ୍ଥାନରେ ସ୍ଥାପିତ। BSB BSB: His eyes are like doves beside the streams of water, bathed in milk and mounted like jewels.
13 ULB ତାଙ୍କର ଗାଲ ସୁଗନ୍ଧି ଲତାର କିଆରି ସ୍ୱରୂପ, ସୁଗନ୍ଧି ତୃଣର ତଟ ସ୍ୱରୂପ; ତାଙ୍କର ଓଷ୍ଠାଧର କଇଁଫୁଲ ତୁଲ୍ୟ, ତହିଁରୁ ଦ୍ରବ ଗନ୍ଧରସ କ୍ଷରେ। BSB BSB: His cheeks are like beds of spice, towers of perfume. His lips are like lilies, dripping with flowing myrrh.
14 ULB ତାଙ୍କ ହସ୍ତଦ୍ୱୟ ବୈଦୁର୍ଯ୍ୟ ମଣିରେ ଖଚିତ ସୁବର୍ଣ୍ଣ ମୁଦ୍ରିକା ତୁଲ୍ୟ; ତାଙ୍କ ଶରୀର ନୀଳକାନ୍ତ ମଣି-ମଣ୍ଡିତ ଗଜଦନ୍ତମୟ ଶିଳ୍ପକର୍ମ ତୁଲ୍ୟ। BSB BSB: His arms are rods of gold set with beryl. His body is polished ivory bedecked with sapphires.
15 ULB ତାଙ୍କ ଗୋଡ଼ ଦୁଇଟି ଶୁଦ୍ଧ ସୁବର୍ଣ୍ଣ ଚୁଙ୍ଗୀରେ ସ୍ଥାପିତ ମର୍ମର ପ୍ରସ୍ତରର ସ୍ତମ୍ଭ ତୁଲ୍ୟ; ତାଙ୍କର ଦୃଶ୍ୟ ଲିବାନୋନ ସଦୃଶ, ଏରସ ବୃକ୍ଷ ତୁଲ୍ୟ ଉତ୍କୃଷ୍ଟ। BSB BSB: His legs are pillars of marble set on bases of pure gold. His appearance is like Lebanon, as majestic as the cedars.
Select verses for actions: Enter goes to them and Escape comes back.