1 ULB ହେ ରାଜକନ୍ୟେ, ପାଦୁକାରେ ତୁମ୍ଭ ଚରଣ କିପରି ସୁନ୍ଦର। ତୁମ୍ଭର କଟିମଣ୍ଡଳ ନିପୁଣ ଶିଳ୍ପକର ହସ୍ତରେ ନିର୍ମିତ ରତ୍ନହାର ସ୍ୱରୂପ। BSB BSB: How beautiful are your sandaled feet, O daughter of the prince! The curves of your thighs are like jewels, the handiwork of a master.
2 ULB ତୁମ୍ଭର ନାଭିଦେଶ ମିଶ୍ରିତ ଦ୍ରାକ୍ଷାରସ ଅଭାବ ନ ଥିବା ବର୍ତ୍ତୁଳ ତାଟିଆ ତୁଲ୍ୟ; ତୁମ୍ଭର ଉଦର କଇଁଫୁଲ-ମଣ୍ଡିତ ଗହମରାଶି ତୁଲ୍ୟ। BSB BSB: Your navel is a rounded goblet; it never lacks blended wine. Your waist is a mound of wheat encircled by the lilies.
3 ULB ତୁମ୍ଭର ସ୍ତନଯୁଗଳ ହରିଣୀର ଯାଆଁଳା ଛୁଆ ତୁଲ୍ୟ। BSB BSB: Your breasts are like two fawns, twins of a gazelle.
4 ULB ତୁମ୍ଭର ଗଳଦେଶ ଗଜଦନ୍ତମୟ ଦୁର୍ଗ ସଦୃଶ; ତୁମ୍ଭ ନେତ୍ରଯୁଗଳ ବେଥ୍-ରବ୍ବୀମ ନଗରଦ୍ୱାର ନିକଟସ୍ଥ ହିଷ୍ବୋନ ସରୋବର ସଦୃଶ; ତୁମ୍ଭ ନାସିକା ଦମ୍ମେଶକ ସମ୍ମୁଖସ୍ଥ ଲିବାନୋନର ଦୁର୍ଗ ତୁଲ୍ୟ। BSB BSB: Your neck is like a tower made of ivory; your eyes are like the pools of Heshbon by the gate of Bath-rabbim; your nose is like the tower of Lebanon, facing toward Damascus.
5 ULB ତୁମ୍ଭ ମସ୍ତକ କର୍ମିଲ ପର୍ବତ ତୁଲ୍ୟ, ପୁଣି ତୁମ୍ଭ ମସ୍ତକର କେଶ ବାଇଗଣିଆ ରଙ୍ଗ ତୁଲ୍ୟ; ତହିଁର ବେଣୀ-ପାଶରେ ରାଜା ବନ୍ଦୀ ରୂପେ ଧୃତ ଅଟନ୍ତି। BSB BSB: Your head crowns you like Mount Carmel, the hair of your head like purple threads; the king is captured in your tresses.
6 ULB ହେ ପ୍ରିୟେ, ତୁଷ୍ଟି ଜନ୍ମାଇବା ନିମନ୍ତେ ତୁମ୍ଭେ କିପରି ସୁନ୍ଦରୀ ଓ ମନୋହାରିଣୀ! BSB BSB: How fair and pleasant you are, O love, with your delights!
7 ULB ତୁମ୍ଭ ଶରୀରର ଦୀର୍ଘତା ଖର୍ଜ୍ଜୁର ବୃକ୍ଷ ତୁଲ୍ୟ ଓ ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ। BSB BSB: Your stature is like a palm tree; your breasts are clusters of fruit.
8 ULB ମୁଁ କହିଲି, ମୁଁ ଖର୍ଜ୍ଜୁର ବୃକ୍ଷ ଆରୋହଣ କରିବି, ମୁଁ ତହିଁର ବାହୁଙ୍ଗା ଧରିବି: ତୁମ୍ଭ ସ୍ତନ ଦ୍ରାକ୍ଷାଫଳର ପେଣ୍ଡା ତୁଲ୍ୟ ହେଉ; ପୁଣି, ତୁମ୍ଭ ନିଶ୍ୱାସର ଆଘ୍ରାଣ ନାଗରଙ୍ଗ ଫଳର ବାସନା ତୁଲ୍ୟ ହେଉ; BSB BSB: I said, “I will climb the palm tree; I will take hold of its fruit.” May your breasts be like clusters of the vine, the fragrance of your breath like apples,
9 ULB ତୁମ୍ଭର ମୁଖ ସର୍ବୋତ୍ତମ ଦ୍ରାକ୍ଷାରସ ତୁଲ୍ୟ, ତାହା ମୋ’ ପ୍ରିୟତମଙ୍କ ଗଳଦେଶରେ ଚିକ୍କଣ ଗଳିଯାଏ, ପୁଣି ତାହାଙ୍କ ଓଷ୍ଠ ଓ ଦାନ୍ତ ଦେଇ ଧୀରେ ଧୀରେ ଚାଲିଯାଏ। BSB BSB: and your mouth like the finest wine. May it flow smoothly to my beloved, gliding gently over lips and teeth.
10 ULB ମୁଁ ଆପଣା ପ୍ରିୟତମଙ୍କର ଓ ତାଙ୍କର ବାସନା ମୋ’ ପ୍ରତି ଅଛି। BSB BSB: I belong to my beloved, and his desire is for me.
11 ULB ଆସ, ମୋ’ ପ୍ରିୟତମ, ଆମ୍ଭେମାନେ କ୍ଷେତ୍ରକୁ ଯାଉ; ଆମ୍ଭେମାନେ ପଲ୍ଲୀଗ୍ରାମରେ କାଳକ୍ଷେପଣ କରୁ। BSB BSB: Come, my beloved, let us go to the countryside; let us spend the night among the wildflowers.
12 ULB ଆମ୍ଭେମାନେ ଅତି ପ୍ରଭାତରେ ଦ୍ରାକ୍ଷାକ୍ଷେତ୍ରକୁ ଯାଉ; ଦ୍ରାକ୍ଷାଲତା ପଲ୍ଲବିତ ଓ ତହିଁର ପୁଷ୍ପ ପ୍ରସ୍ପୁଟିତ ଓ ଡାଳିମ୍ବ ପୁଷ୍ପିତ ହୋଇଅଛି କି ନାହିଁ, ତାହା ଦେଖୁ; ସେଠାରେ ମୁଁ ତୁମ୍ଭକୁ ଆପଣା ପ୍ରେମ ପ୍ରଦାନ କରିବି। BSB BSB: Let us go early to the vineyards to see if the vine has budded, if the blossom has opened, if the pomegranates are in bloom—there I will give you my love.
13 ULB ଦୂଦାଫୁଲ ସୁବାସ ଦେଉଅଛି, ଆମ୍ଭମାନଙ୍କ ଦ୍ୱାର ନିକଟରେ ସର୍ବପ୍ରକାର ବହୁମୂଲ୍ୟ ନୂତନ ଓ ପୁରାତନ ଫଳ ଅଛି, ପ୍ରିୟତମଙ୍କ ପ୍ରତି ବ୍ୟାକୁଳତା ହେ ମୋହର ପ୍ରିୟତମ, ତାହାସବୁ ମୁଁ ତୁମ୍ଭ ପାଇଁ ରଖିଅଛି। BSB BSB: The mandrakes send forth a fragrance, and at our door is every delicacy, new as well as old, that I have treasured up for you, my beloved.
Select verses for actions: Enter goes to them and Escape comes back.