1 ULB ହେ ଲିବାନୋନ, ତୁମ୍ଭର ଏରସ ବୃକ୍ଷ ସକଳକୁ ଅଗ୍ନି ଯେପରି ଗ୍ରାସ କରିବ, ଏଥିପାଇଁ ତୁମ୍ଭର କବାଟସବୁ ଖୋଲି ଦିଅ। BSB BSB: Open your doors, O Lebanon, that the fire may consume your cedars!
2 ULB ହେ ଦେବଦାରୁ ବୃକ୍ଷ, ହାହାକାର କର, କାରଣ ଏରସ ବୃକ୍ଷ ପତିତ ହେଲା, ମନୋହର ବୃକ୍ଷସବୁ ନଷ୍ଟ ହେଲା; ହେ ବାଶନର ଅଲୋନ ବୃକ୍ଷସବୁ, ହାହାକାର କର, କାରଣ ଦୁର୍ଗମ ବନ ଭୂମିସାତ୍ ହେଲା। BSB BSB: Wail, O cypress, for the cedar has fallen; the majestic trees are ruined! Wail, O oaks of Bashan, for the dense forest has been cut down!
3 ULB ମେଷପାଳକଗଣର ହାହାକାର ରବ! କାରଣ ସେମାନଙ୍କର ଗୌରବ ନଷ୍ଟ ହେଲା। ଯୁବା ସିଂହଗଣର ଗର୍ଜ୍ଜନ ରବ! କାରଣ ଯର୍ଦ୍ଦନର ଦର୍ପସ୍ଥାନ ନଷ୍ଟ ହେଲା। BSB BSB: Listen to the wailing of the shepherds, for their glory is in ruins. Listen to the roaring of the young lions, for the thickets of the Jordan are destroyed.
4 ULB ସଦାପ୍ରଭୁ ମୋ’ ପରମେଶ୍ୱର ଏହି କଥା କହିଲେ, “ଏହି ବଧ ହେବାକୁ ଥିବା ପଲକୁ ଚରାଅ।” BSB BSB: This is what the LORD my God says: “Pasture the flock marked for slaughter,
5 ULB ସେମାନଙ୍କୁ ଯେଉଁମାନେ କ୍ରୟ କରି ବଧ କରନ୍ତି ମାତ୍ର ଦଣ୍ଡ ପାଆନ୍ତି ନାହିଁ; ଆଉ, ଯେଉଁମାନେ ସେମାନଙ୍କୁ ବିକ୍ରୟ କରନ୍ତି, ସେମାନେ କହନ୍ତି, ସଦାପ୍ରଭୁ ଧନ୍ୟ ହେଉନ୍ତୁ, କାରଣ ମୁଁ ଧନୀ ହୋଇଅଛି ଓ ସେମାନଙ୍କର ନିଜ ପାଳକମାନେ ସେମାନଙ୍କୁ ଦୟା କରି ନାହାନ୍ତି। BSB BSB: whose buyers slaughter them without remorse. Those who sell them say, ‘Blessed be the LORD, for I am rich!’ Even their own shepherds have no compassion on them.
6 ULB କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ଦେଶ ନିବାସୀମାନଙ୍କୁ ଆଉ ଦୟା କରିବା ନାହିଁ; ମାତ୍ର ଦେଖ, ଆମ୍ଭେ ମନୁଷ୍ୟମାନଙ୍କ ମଧ୍ୟରେ ପ୍ରତ୍ୟେକ ଜଣକୁ ତାହାର ପ୍ରତିବାସୀର ହସ୍ତରେ ଓ ତାହାର ରାଜାର ହସ୍ତରେ ସମର୍ପଣ କରିବା; ତହିଁରେ ସେମାନେ ଦେଶକୁ ଆଘାତ କରିବେ ଓ ସେମାନଙ୍କ ହସ୍ତରୁ ଆମ୍ଭେ ସେମାନଙ୍କୁ ଉଦ୍ଧାର କରିବା ନାହିଁ।” BSB BSB: For I will no longer have compassion on the people of the land, declares the LORD, but behold, I will cause each man to fall into the hands of his neighbor and his king, who will devastate the land, and I will not deliver it from their hands.”
7 ULB ଏଥିରେ ମୁଁ ସେହି ବଧ ନିମନ୍ତେ ଥିବା ପଲକୁ, ଓ ପ୍ରକୃତ ପଲମାନଙ୍କୁ ଚରାଇଲି; ପୁଣି, ମୁଁ ଦୁଇଗୋଟି ଯଷ୍ଟି ନେଇ ଗୋଟିକର ନାମ ଶୋଭା ଓ ଅନ୍ୟଟିର ନାମ ବନ୍ଧନୀ ଦେଲି ଆଉ, ମୁଁ ପଲ ଚରାଇଲି। BSB BSB: So I pastured the flock marked for slaughter, especially the afflicted of the flock. Then I took for myself two staffs, calling one Favor and the other Union, and I pastured the flock.
8 ULB ଆଉ, ମୁଁ ଏକ ମାସ ମଧ୍ୟରେ ତିନି ଜଣ ପାଳକଙ୍କୁ ଉଚ୍ଛିନ୍ନ କଲି; କାରଣ ସେମାନଙ୍କ ବିଷୟରେ ମୋର ପ୍ରାଣ ବିରକ୍ତି ହୋଇଥିଲା, ମଧ୍ୟ ସେମାନଙ୍କ ପ୍ରାଣ ମୋତେ ଘୃଣା କଲା। BSB BSB: And in one month I dismissed three shepherds. My soul grew impatient with the flock, and their souls also detested me.
9 ULB ସେତେବେଳେ ମୁଁ କହିଲି, “ମୁଁ ତୁମ୍ଭମାନଙ୍କୁ ଚରାଇବି ନାହିଁ; ଯେ ମରିବ, ସେ ମରୁ ଓ ଯାହାର ଉଚ୍ଛିନ୍ନ ହେବାର ଅଛି, ସେ ଉଚ୍ଛିନ୍ନ ହେଉ ଓ ଯେଉଁମାନେ ଅବଶିଷ୍ଟ ରହନ୍ତି, ସେମାନଙ୍କର ଏକ ଜଣ ଅନ୍ୟର ମାଂସ ଖାଉ।” BSB BSB: Then I said, “I will no longer shepherd you. Let the dying die, and the perishing perish; and let those who remain devour one another’s flesh.”
10 ULB ପୁଣି, ମୁଁ ଆପଣା ‘ଶୋଭା’ ନାମକ ଯଷ୍ଟି ନେଲି ଓ ସବୁ ଗୋଷ୍ଠୀ ସଙ୍ଗରେ ମୁଁ ଯେଉଁ ନିୟମ କରିଥିଲି, ତାହା ଭାଙ୍ଗିବା ନିମନ୍ତେ ସେହି ଯଷ୍ଟିକୁ ଖଣ୍ଡ ଖଣ୍ଡ କରି କାଟିଲି। BSB BSB: Next I took my staff called Favor and cut it in two, revoking the covenant I had made with all the nations.
11 ULB ଆଉ, ତାହା ସେହି ଦିନ ଭଗ୍ନ ହେଲା; ତହିଁରେ ପଲର ଯତ୍ନ ଯେଉଁମାନେ ନିଅନ୍ତି ମୋ’ କଥାରେ ମନୋଯୋଗ କଲେ; ସେମାନେ ତାହା ଯେ ସଦାପ୍ରଭୁଙ୍କର ବାକ୍ୟ, ଏହା ଜାଣିଲେ। BSB BSB: It was revoked on that day, and so the afflicted of the flock who were watching me knew that it was the word of the LORD.
12 ULB ପୁଣି, ମୁଁ ସେମାନଙ୍କୁ କହିଲି, “ଯଦି ତୁମ୍ଭେମାନେ ଭଲ ବୋଧ କର, ତେବେ ମୋର ବେତନ ମୋତେ ଦିଅ; ନୋହିଲେ କ୍ଷାନ୍ତ ହୁଅ।” ତହିଁରେ ସେମାନେ ମୋର ବେତନ ନିମନ୍ତେ ତିରିଶ ରୌପ୍ୟ ମୁଦ୍ରା ତୌଲି କରି ଦେଲେ। BSB BSB: Then I told them, “If it seems right to you, give me my wages; but if not, keep them.” So they weighed out my wages, thirty pieces of silver.
13 ULB ଆଉ, ସଦାପ୍ରଭୁ ମୋତେ କହିଲେ, “ଏହା କୁମ୍ଭକାର ନିକଟରେ ପକାଇ ଦିଅ, ଏହି ବିଲକ୍ଷଣ ମୂଲ୍ୟରେ ସେମାନେ ଆମ୍ଭର ମୂଲ୍ୟ ନିର୍ଣ୍ଣୟ କରିଅଛନ୍ତି।” ତହିଁରେ ମୁଁ ସେହି ତିରିଶ ରୌପ୍ୟ ମୁଦ୍ରା ନେଇ ସଦାପ୍ରଭୁଙ୍କ ଗୃହରେ କୁମ୍ଭକାର ନିକଟରେ ପକାଇ ଦେଲି BSB BSB: And the LORD said to me, “Throw it to the potter”—this magnificent price at which they valued me. So I took the thirty pieces of silver and threw them to the potter in the house of the LORD.
14 ULB ଏଉତ୍ତାରେ ମୁଁ ‘ବନ୍ଧନୀ’ ନାମକ ମୋହର ଅନ୍ୟ ଯଷ୍ଟି ନେଇ ଯିହୁଦାର ଓ ଇସ୍ରାଏଲର ମଧ୍ୟରେ ଭ୍ରାତୃଭାବ ଭଗ୍ନ କରିବା ନିମନ୍ତେ ତାହା ଖଣ୍ଡ ଖଣ୍ଡ କରି କାଟିଲି। BSB BSB: Then I cut in two my second staff called Union, breaking the brotherhood between Judah and Israel.
15 ULB ଏଥିଉତ୍ତାରେ ସଦାପ୍ରଭୁ ମୋତେ କହିଲେ, “ତୁମ୍ଭେ ପୁନର୍ବାର ଏକ ନିର୍ବୋଧ ମେଷପାଳକର ସଜ ନିଅ।” BSB BSB: And the LORD said to me: “Take up once more the equipment of a foolish shepherd.
16 ULB କାରଣ ଦେଖ, ଆମ୍ଭେ ଦେଶ ମଧ୍ୟରେ ଏକ ପାଳକ ଉତ୍ପନ୍ନ କରାଇବା, ସେ ଉଚ୍ଛିନ୍ନ ଲୋକମାନଙ୍କର ତତ୍ତ୍ୱାବଧାନ କରିବ ନାହିଁ, କିଅବା, ଭଗ୍ନାଙ୍ଗମାନଙ୍କୁ ସୁସ୍ଥ କରିବ ନାହିଁ; ଅଥବା ସୁସ୍ଥମାନଙ୍କୁ ଚରାଇବ ନାହିଁ, ମାତ୍ର ସେ ହୃଷ୍ଟପୁଷ୍ଟ ମେଷଗଣର ମାଂସ ଭୋଜନ କରିବ ଓ ସେମାନଙ୍କର ଖୁରା ଖଣ୍ଡ ଖଣ୍ଡ କରି ବିଦୀର୍ଣ୍ଣ କରିବ। BSB BSB: For behold, I will raise up a shepherd in the land who will neither care for the lost, nor seek the young, nor heal the broken, nor sustain the healthy, but he will devour the flesh of the choice sheep and tear off their hooves.
17 ULB ଯେଉଁ ଅକର୍ମଣ୍ୟ ପାଳକ ପଲ ତ୍ୟାଗ କରେ, ସେ ସନ୍ତାପର ପାତ୍ର! ତାହାର ବାହୁରେ ଓ ଡାହାଣ ଚକ୍ଷୁରେ ଖଡ୍ଗ ପଡ଼ିବ; ତାହାର ବାହୁ ସମ୍ପୂର୍ଣ୍ଣ ରୂପେ ଶୁଷ୍କ ହେବ ଓ ତାହାର ଡାହାଣ ଚକ୍ଷୁ ସମ୍ପୂର୍ଣ୍ଣ ଅନ୍ଧ ହେବ। BSB BSB: Woe to the worthless shepherd, who deserts the flock! May a sword strike his arm and his right eye! May his arm be completely withered and his right eye utterly blinded!”