1 ULB ଦେଖ, ସଦାପ୍ରଭୁଙ୍କର ଏକ ଦିନ ଆସୁଅଛି, ସେହି ସମୟରେ ତୁମ୍ଭ ସମ୍ପତ୍ତି ତୁମ୍ଭ ମଧ୍ୟରେ ବିଭକ୍ତ କରାଯିବ। BSB BSB: Behold, a day of the LORD is coming when your plunder will be divided in your presence.
2 ULB କାରଣ ଯିରୂଶାଲମ ବିରୁଦ୍ଧରେ ସଂଗ୍ରାମ ପାଇଁ ସମସ୍ତ ଗୋଷ୍ଠୀଙ୍କୁ ଆମ୍ଭେ ସଂଗ୍ରହ କରିବା; ପୁଣି, ନଗର ଶତ୍ରୁ ହସ୍ତଗତ ଓ ଗୃହସକଳ ଲୁଟିତ ହେବ ଓ ସ୍ତ୍ରୀମାନେ ବଳାତ୍କୃତ ହେବେ; ଆଉ, ନଗରର ଅର୍ଦ୍ଧେକ ଲୋକ ବନ୍ଦୀ ହୋଇ ଯିବେ ମାତ୍ର ଅବଶିଷ୍ଟ ଲୋକ ନଗରରୁ ଉଚ୍ଛିନ୍ନ ହେବେ ନାହିଁ। BSB BSB: For I will gather all the nations for battle against Jerusalem, and the city will be captured, the houses looted, and the women ravished. Half of the city will go into exile, but the rest of the people will not be removed from the city.
3 ULB ସେତେବେଳେ ସଦାପ୍ରଭୁ ବାହାର ହେବେ ଓ ସଂଗ୍ରାମ ଦିନରେ ଯେପରି ଯୁଦ୍ଧ କଲେ, ସେହିପରି ସେହିସବୁ ଗୋଷ୍ଠୀ ବିରୁଦ୍ଧରେ ଯୁଦ୍ଧ କରିବେ। BSB BSB: Then the LORD will go out to fight against those nations, as He fights in the day of battle.
4 ULB ପୁଣି, ସେହି ଦିନ ପୂର୍ବ ଦିଗରେ ଯିରୂଶାଲମର ସମ୍ମୁଖସ୍ଥ ଜୈତୁନ ପର୍ବତରେ ତାହାଙ୍କର ଚରଣ ଥୁଆ ହେବ ଓ ଜୈତୁନ ପର୍ବତର ମଧ୍ୟ ଦେଶ ପୂର୍ବ ଓ ପଶ୍ଚିମ ଦିଗରେ ବିଦୀର୍ଣ୍ଣ ହୋଇ ଅତି ବୃହତ୍ ଏକ ଉପତ୍ୟକା ହେବ; ଆଉ, ପର୍ବତର ଅର୍ଦ୍ଧେକ ଉତ୍ତର ଦିଗ ଆଡ଼େ ଓ ଅର୍ଦ୍ଧେକ ଦକ୍ଷିଣ ଦିଗ ଆଡ଼େ ଘୁଞ୍ଚିଯିବ। BSB BSB: On that day His feet will stand on the Mount of Olives, east of Jerusalem, and the Mount of Olives will be split in two from east to west, forming a great valley, with half the mountain moving to the north and half to the south.
6 ULB ପୁଣି, ସେହି ଦିନ ଏପରି ଘଟିବ ଯେ, ଦୀପ୍ତି, ଥଣ୍ଡା, ବା ବରଫ ହେବ ନାହିଁ। BSB BSB: On that day there will be no light, no cold or frost.
7 ULB ମାତ୍ର ତାହା ଗୋଟିଏ ଦିନ ହେବ, ତହିଁର ତତ୍ତ୍ୱ ସଦାପ୍ରଭୁଙ୍କୁ ଜଣା; ତାହା ଦିନ ନୁହେଁ କି ରାତ୍ରି ନୁହେଁ; ମାତ୍ର ସନ୍ଧ୍ୟାକାଳରେ ଦୀପ୍ତି ହେବ। BSB BSB: It will be a unique day known only to the LORD, without day or night; but when evening comes, there will be light.
8 ULB ପୁଣି, ସେହି ଦିନ ଯିରୂଶାଲମରୁ ଅମୃତ ଜଳ ନିର୍ଗତ ହେବ; ତହିଁର ଅର୍ଦ୍ଧେକ ପୂର୍ବ ସମୁଦ୍ର ଆଡ଼େ ଓ ଅର୍ଦ୍ଧେକ ପଶ୍ଚିମ ସମୁଦ୍ର ଆଡ଼େ ଯିବ; ଗ୍ରୀଷ୍ମକାଳରେ ଓ ଶୀତକାଳରେ ତାହା ରହିବ। BSB BSB: And on that day living water will flow out from Jerusalem, half of it toward the Eastern Sea and the other half toward the Western Sea, in summer and winter alike.
9 ULB ଆଉ, ସଦାପ୍ରଭୁ ସମୁଦାୟ ପୃଥିବୀ ଉପରେ ରାଜା ହେବେ; ସେହି ଦିନ ସଦାପ୍ରଭୁ ଅଦ୍ୱିତୀୟ ହେବେ ଓ ତାହାଙ୍କର ନାମ ଅଦ୍ୱିତୀୟ ହେବ। BSB BSB: On that day the LORD will become King over all the earth—the LORD alone, and His name alone.
10 ULB ଗେବାଠାରୁ ଯିରୂଶାଲମର ଦକ୍ଷିଣସ୍ଥ ରିମ୍ମୋନ୍ ପର୍ଯ୍ୟନ୍ତ ସମସ୍ତ ଦେଶ ଆରବା ତୁଲ୍ୟ ପରିବର୍ତ୍ତିତ ହେବ; ଆଉ, ନଗର ଉନ୍ନତ ହୋଇ ବିନ୍ୟାମୀନ୍ର ଦ୍ୱାରଠାରୁ ପ୍ରଥମ ଦ୍ୱାରର ସ୍ଥାନ, ଅର୍ଥାତ୍, କୋଣର ଦ୍ୱାର ପର୍ଯ୍ୟନ୍ତ ଓ ହନନେଲର ଦୁର୍ଗଠାରୁ ରାଜାର ଦ୍ରାକ୍ଷାଯନ୍ତ୍ର ପର୍ଯ୍ୟନ୍ତ ଆପଣା ସ୍ଥାନରେ ବାସ କରିବ। BSB BSB: All the land from Geba to Rimmon south of Jerusalem will be turned into a plain, but Jerusalem will be raised up and will remain in her place, from the Benjamin Gate to the site of the First Gate to the Corner Gate, and from the Tower of Hananel to the royal winepresses.
11 ULB ପୁଣି, ମନୁଷ୍ୟମାନେ ତହିଁ ମଧ୍ୟରେ ବାସ କରିବେ, ପୁଣି ଅଭିଶାପ ଆଉ ରହିବ ନାହିଁ; ମାତ୍ର ଯିରୂଶାଲମ ନିରାପଦରେ ବାସ କରିବ। BSB BSB: People will live there, and never again will there be an utter destruction. So Jerusalem will dwell securely.
12 ULB ଆଉ, ଯେଉଁ ସକଳ ଗୋଷ୍ଠୀ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିଅଛନ୍ତି, ସଦାପ୍ରଭୁ ସେମାନଙ୍କୁ ଯେଉଁ ମହାମାରୀରେ ଆଘାତ କରିବେ, ତାହା ଏହି; ସେମାନେ ଆପଣା ଆପଣା ଚରଣରେ ଠିଆ ହେବା ବେଳେ ସେମାନଙ୍କର ମାଂସ କ୍ଷୟ ପାଇବ ଓ ସେମାନଙ୍କର ଚକ୍ଷୁ ଆପଣା ଆପଣା କୋରଡ଼ରେ କ୍ଷୟ ପାଇବ ଓ ସେମାନଙ୍କ ମୁଖରେ ସେମାନଙ୍କର ଜିହ୍ୱା କ୍ଷୟ ପାଇବ। BSB BSB: And this will be the plague with which the LORD strikes all the peoples who have warred against Jerusalem: Their flesh will rot while they stand on their feet, their eyes will rot in their sockets, and their tongues will rot in their mouths.
13 ULB ପୁଣି, ସେହି ଦିନ ସେମାନଙ୍କ ମଧ୍ୟରେ ସଦାପ୍ରଭୁଙ୍କ ଆଡ଼ରୁ ମହା କୋଳାହଳ ହେବ; ଆଉ, ସେମାନଙ୍କର ପ୍ରତ୍ୟେକ ଜଣ ଆପଣା ଆପଣା ପ୍ରତିବାସୀର ହସ୍ତ ଧରିବେ ଓ ପ୍ରତ୍ୟେକର ହସ୍ତ ଆପଣା ଆପଣା ପ୍ରତିବାସୀର ହସ୍ତ ବିରୁଦ୍ଧରେ ଉଠିବ। BSB BSB: On that day a great panic from the LORD will come upon them, so that each will seize the hand of another, and the hand of one will rise against the other.
14 ULB ଯିହୁଦା ମଧ୍ୟ ଯିରୂଶାଲମ ବିରୁଦ୍ଧରେ ଯୁଦ୍ଧ କରିବ ଓ ଚତୁର୍ଦ୍ଦିଗସ୍ଥିତ ସବୁ ଗୋଷ୍ଠୀଙ୍କ ସମ୍ପତ୍ତି, ସୁନା, ରୂପା ଓ ବସ୍ତ୍ର ଅତିଶୟ ପ୍ରଚୁର ରୂପେ ସଞ୍ଚୟ କରାଯିବ। BSB BSB: Judah will also fight at Jerusalem, and the wealth of all the surrounding nations will be collected—gold, silver, and apparel in great abundance.
15 ULB ପୁଣି, ସେହିସବୁ ଛାଉଣିରେ ଯେଉଁ ଅଶ୍ୱ, ଖଚର, ଓଟ ଓ ଗଧ ଓ ସବୁ ପ୍ରକାର ପଶୁ ଥିବେ, ସେମାନଙ୍କ ପ୍ରତି ଯେଉଁ ମହାମାରୀ ଘଟିବ, ତାହା ସେହି ମହାମାରୀ ପରି ହେବ। BSB BSB: And a similar plague will strike the horses and mules, camels and donkeys, and all the animals in those camps.
16 ULB ଆଉ, ଯେଉଁ ଗୋଷ୍ଠୀସବୁ ଯିରୂଶାଲମ ବିରୁଦ୍ଧରେ ଆସିଲେ, ସେମାନଙ୍କ ମଧ୍ୟରୁ ଯେଉଁମାନେ ଅବଶିଷ୍ଟ ରହିବେ, ସେ ପ୍ରତ୍ୟେକେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଓ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ବର୍ଷକୁ ବର୍ଷ ଆସିବେ। BSB BSB: Then all the survivors from the nations that came against Jerusalem will go up year after year to worship the King, the LORD of Hosts, and to celebrate the Feast of Tabernacles.
17 ULB ପୁଣି, ପୃଥିବୀସ୍ଥ ସବୁ ଗୋଷ୍ଠୀ ମଧ୍ୟରୁ ଯେଉଁମାନେ ସୈନ୍ୟାଧିପତି ସଦାପ୍ରଭୁ ରାଜାଙ୍କ ନିକଟରେ ପ୍ରଣାମ କରିବା ପାଇଁ ଯିରୂଶାଲମକୁ ଆସିବେ ନାହିଁ, ସେମାନଙ୍କ ଉପରେ କିଛି ଜଳ ବୃଷ୍ଟି ହେବ ନାହିଁ। BSB BSB: And should any of the families of the earth not go up to Jerusalem to worship the King, the LORD of Hosts, then the rain will not fall on them.
18 ULB ଆଉ, ମିସରର ଗୋଷ୍ଠୀ ଯଦି ନ ଆସେ, ତେବେ ସେମାନଙ୍କ ଉପରେ ଜଳ ବୃଷ୍ଟି ହେବ ନାହିଁ; ଯେଉଁ ଗୋଷ୍ଠୀଗଣ ପତ୍ରକୁଟୀର ପର୍ବ ପାଳନ କରିବା ପାଇଁ ଆସିବେ ନାହିଁ, ସେମାନଙ୍କୁ ସଦାପ୍ରଭୁ ମହାମାରୀରେ ଆଘାତ କରିବେ। BSB BSB: And if the people of Egypt will not go up and enter in, then the rain will not fall on them; this will be the plague with which the LORD strikes the nations who do not go up to celebrate the Feast of Tabernacles.
19 ULB ଏହା ମିସରର ଦଣ୍ଡ ହେବ ଓ ଯେଉଁସବୁ ଗୋଷ୍ଠୀ ପତ୍ରକୁଟୀର ପର୍ବ ପାଳନ କରିବାକୁ ଆସିବେ ନାହିଁ, ସେମାନଙ୍କ ପ୍ରତି ଏହି ଦଣ୍ଡ ହେବ। BSB BSB: This will be the punishment of Egypt and of all the nations that do not go up to celebrate the Feast of Tabernacles.
20 ULB ସେହି ଦିନ ଅଶ୍ୱଗଣର ଘଣ୍ଟି ଏହି କଥା କହିବ, “ସଦାପ୍ରଭୁ ପବିତ୍ର” ଓ ସଦାପ୍ରଭୁଙ୍କ ଗୃହର ହାଣ୍ଡିସବୁ ଯଜ୍ଞବେଦି ସମ୍ମୁଖସ୍ଥ ପାତ୍ରସବୁର ପରି ହେବ। BSB BSB: On that day, HOLY TO THE LORD will be inscribed on the bells of the horses, and the cooking pots in the house of the LORD will be like the sprinkling bowls before the altar.
21 ULB ହଁ, ଯିରୂଶାଲମର ଓ ଯିହୁଦାର ହାଣ୍ଡିସବୁ ସୈନ୍ୟାଧିପତି ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ପବିତ୍ର ହେବ; ଆଉ, ଯଜ୍ଞକାରୀ ସମସ୍ତେ ଆସି ସେହି ହାଣ୍ଡି ମଧ୍ୟରୁ ନେଇ ରୋଷେଇ କରିବେ ଓ ତହିଁରେ ପାକ କରିବେ; ପୁଣି, ସେହି ଦିନ ସୈନ୍ୟାଧିପତି ସଦାପ୍ରଭୁଙ୍କ ଗୃହରେ କିଣାନୀୟ କୌଣସି ଲୋକ ଆଉ ନ ଥିବ। BSB BSB: Indeed, every pot in Jerusalem and Judah will be holy to the LORD of Hosts, and all who sacrifice will come and take some pots and cook in them. And on that day there will no longer be a Canaanite in the house of the LORD of Hosts.