1 ULB ଏଥିଉତ୍ତାରେ ମୁଁ ଚକ୍ଷୁ ମେଲି ଅନାଇଲି, ଆଉ ଦେଖ, ଆପଣା ହସ୍ତରେ ପରିମାପକ ରଜ୍ଜୁଧାରୀ ଏକ ପୁରୁଷକୁ ଦେଖିଲି। BSB BSB: Then I lifted up my eyes and saw a man with a measuring line in his hand.
2 ULB ତେବେ ମୁଁ କହିଲି, “ଆପଣ କେଉଁଠାକୁ ଯାଉଅଛନ୍ତି?” ତହୁଁ ସେ ମୋତେ କହିଲେ, “ଯିରୂଶାଲମକୁ ମାପିବା ପାଇଁ, ତହିଁର ଓସାର କେତେ ଓ ତହିଁର ଲମ୍ବା କେତେ, ଏହା ଦେଖିବା ପାଇଁ ଯାଉଅଛୁ।” BSB BSB: “Where are you going?” I asked. “To measure Jerusalem,” he replied, “and to determine its width and length.”
3 ULB ଆଉ ଦେଖ, ମୋ’ ସଙ୍ଗେ କଥା କହୁଥିବା ଦୂତ ବାହାର ହେଲେ ଓ ଆଉ ଜଣେ ଦୂତ ତାଙ୍କ ସଙ୍ଗେ ସାକ୍ଷାତ କରିବା ପାଇଁ ବାହାରିଲେ, BSB BSB: Then the angel who was speaking with me went forth, and another angel came forward to meet him
4 ULB ପୁଣି, ତାହାଙ୍କୁ କହିଲେ, “ଦୌଡ଼, ଏହି ଯୁବାଲୋକକୁ କୁହ ଯିରୂଶାଲମର ମନୁଷ୍ୟ ଓ ପଶୁଗଣର ବାହୁଲ୍ୟ ହେତୁ ତାହା ପ୍ରାଚୀରବିହୀନ ଗ୍ରାମସମୂହର ତୁଲ୍ୟ ବସତି-ସ୍ଥାନ ହେବ।” BSB BSB: and said to him, “Run and tell that young man: ‘Jerusalem will be a city without walls because of the multitude of men and livestock within it.
5 ULB କାରଣ ସଦାପ୍ରଭୁ କହନ୍ତି, “ଆମ୍ଭେ ତାହାର ଚତୁର୍ଦ୍ଦିଗରେ ଅଗ୍ନିମୟ ପ୍ରାଚୀରସ୍ୱରୂପ ହେବା ଓ ଆମ୍ଭେ ସେମାନଙ୍କ ମଧ୍ୟରେ ମହିମାସ୍ୱରୂପ ହେବା।” BSB BSB: For I will be a wall of fire around it, declares the LORD, and I will be the glory within it.’”
6 ULB “ଆହେ, ଆହେ, ଉତ୍ତର ଦେଶରୁ ପଳାଅ,” ଏହା ସଦାପ୍ରଭୁ କହନ୍ତି। “କାରଣ ଆମ୍ଭେ ତୁମ୍ଭମାନଙ୍କୁ ଆକାଶର ଚତୁର୍ଦ୍ଦିଗ-ବାୟୁ ତୁଲ୍ୟ ବିସ୍ତୃତ କରିଅଛୁ,” ଏହା ସଦାପ୍ରଭୁ କହନ୍ତି। BSB BSB: “Get up! Get up! Flee from the land of the north,” declares the LORD, “for I have scattered you like the four winds of heaven,” declares the LORD.
7 ULB ହେ ବାବିଲର କନ୍ୟା ସହିତ ବାସକାରିଣୀ ସିୟୋନ, ତୁମ୍ଭେ ରକ୍ଷାର୍ଥେ ପଳାଅ।” BSB BSB: “Get up, O Zion! Escape, you who dwell with the Daughter of Babylon!”
8 ULB କାରଣ ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି “ଯେଉଁ ଗୋଷ୍ଠୀଗଣ ତୁମ୍ଭମାନଙ୍କୁ ଲୁଟିଲେ, ସେମାନଙ୍କ ନିକଟକୁ ସେ ମୋତେ ସମାଦର କରି ପ୍ରେରଣ କରିଅଛନ୍ତି; କାରଣ ଯେଉଁ ଲୋକ ତୁମ୍ଭମାନଙ୍କୁ ସ୍ପର୍ଶ କରେ, ସେ ମୋ’ର ଚକ୍ଷୁର ପିତୁଳାକୁ ସ୍ପର୍ଶ କରେ।” BSB BSB: For this is what the LORD of Hosts says: “After His Glory has sent Me against the nations that have plundered you—for whoever touches you touches the apple of His eye—
9 ULB ଦେଖ, ମୁଁ ସେମାନଙ୍କ ଉପରେ ଆପଣା ହସ୍ତ ହଲାଇବି, ତହିଁରେ ସେମାନେ ଆପଣା ସେବାକାରୀଗଣର ଲୁଟିତ ବସ୍ତୁ ସ୍ୱରୂପ ହେବେ ଆଉ, ସୈନ୍ୟାଧିପତି ସଦାପ୍ରଭୁ ଯେ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେମାନେ ଜାଣିବ। BSB BSB: I will surely wave My hand over them, so that they will become plunder for their own servants. Then you will know that the LORD of Hosts has sent Me.”
10 ULB “ଗୋ ସିୟୋନ କନ୍ୟେ, ଗାନ କରି ଉଲ୍ଲାସ କର କାରଣ ଦେଖ, ଆମ୍ଭେ ଆସୁଅଛୁ ଓ ଆମ୍ଭେ ତୁମ୍ଭ ମଧ୍ୟରେ ବାସ କରିବା,” ଏହା ସଦାପ୍ରଭୁ କହନ୍ତି। BSB BSB: “Shout for joy and be glad, O Daughter of Zion, for I am coming to dwell among you,” declares the LORD.
11 ULB “ପୁଣି, ସେଦିନ ଅନେକ ଗୋଷ୍ଠୀ ସଦାପ୍ରଭୁଙ୍କ ପ୍ରତି ଆସକ୍ତ ହେବେ ଓ ମୋର ଲୋକ ହେବେ; ଆଉ,” ମୁଁ ତୁମ୍ଭ ମଧ୍ୟରେ ବାସ କରିବି, ତହିଁରେ ସୈନ୍ୟାଧିପତି ସଦାପ୍ରଭୁ ଯେ ତୁମ୍ଭ ନିକଟକୁ ମୋତେ ପ୍ରେରଣ କରିଅଛନ୍ତି, ଏହା ତୁମ୍ଭେ ଜାଣିବ। BSB BSB: “On that day many nations will join themselves to the LORD, and they will become My people. I will dwell among you, and you will know that the LORD of Hosts has sent Me to you.
12 ULB ଆଉ, ସଦାପ୍ରଭୁ ପବିତ୍ର ଦେଶରେ ଯିହୁଦାକୁ ଆପଣା ଅଂଶ ରୂପେ ଅଧିକାର କରିବେ ଓ ଯିରୂଶାଲମକୁ ପୁନର୍ବାର ମନୋନୀତ କରିବେ। BSB BSB: And the LORD will take possession of Judah as His portion in the Holy Land, and He will once again choose Jerusalem.
13 ULB ହେ ପ୍ରାଣୀସବୁ, ସଦାପ୍ରଭୁଙ୍କ ସାକ୍ଷାତରେ ନୀରବ ହୁଅ; କାରଣ ସେ ଆପଣା ପବିତ୍ର ଆବାସ ମଧ୍ୟରୁ ଜାଗି ଉଠିଅଛନ୍ତି। BSB BSB: Be silent before the LORD, all people, for He has roused Himself from His holy dwelling.”