1 ULB ଏଉତ୍ତାରେ ସଦାପ୍ରଭୁ ଯିହୋଶୂୟ ମହାଯାଜକ ଦୂତ ସମ୍ମୁଖରେ ଠିଆ ହୋଇଥିବା, ଓ ତାଙ୍କୁ ନିନ୍ଦା କରିବା ପାଇଁ ତାଙ୍କ ଦକ୍ଷିଣ ପାର୍ଶ୍ୱରେ ଠିଆ ହୋଇଥିବାର ଶୟତାନକୁ ସେ ମୋତେ ଦେଖାଇଲେ। BSB BSB: Then the angel showed me Joshua the high priest standing before the angel of the LORD, with Satan standing at his right hand to accuse him.
2 ULB ପୁଣି, ସଦାପ୍ରଭୁ ଶୟତାନକୁ କହିଲେ, “ହେ ଶୟତାନ, ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ହଁ, ଯେ ଯିରୂଶାଲମକୁ ମନୋନୀତ କରିଅଛନ୍ତି, ସେ ସଦାପ୍ରଭୁ ତୁମ୍ଭକୁ ଧମକ ଦିଅନ୍ତୁ! ଏ କି ଅଗ୍ନିରୁ କଢ଼ା ଖଣ୍ଡେ ପୋଡ଼ା କାଠଖଣ୍ଡ ନୁହେଁ?” BSB BSB: And the LORD said to Satan: “The LORD rebukes you, Satan! Indeed, the LORD, who has chosen Jerusalem, rebukes you! Is not this man a firebrand snatched from the fire?”
3 ULB ଏହି ସମୟରେ ଯିହୋଶୂୟ ମଳିନ ବସ୍ତ୍ର ପିନ୍ଧି ଦୂତ ସମ୍ମୁଖରେ ଠିଆ ହୋଇଥିଲେ। BSB BSB: Now Joshua was dressed in filthy garments as he stood before the angel.
4 ULB ଏଥିରେ ଦୂତ ଆପଣା ସମ୍ମୁଖରେ ଠିଆ ହୋଇଥିବା ଲୋକମାନଙ୍କୁ ଏହି କଥା କହିଲେ, “ଏହାଙ୍କଠାରୁ ମଳିନ ବସ୍ତ୍ର କାଢ଼ି ନିଅ।” ପୁଣି, ତାଙ୍କୁ ସେ କହିଲେ, “ଦେଖ, ଆମ୍ଭେ ତୁମ୍ଭର ଅଧର୍ମ ତୁମ୍ଭଠାରୁ ଦୂର କରିଅଛୁ ଓ ଆମ୍ଭେ ତୁମ୍ଭକୁ ବହୁମୂଲ୍ୟ ବସ୍ତ୍ର ପିନ୍ଧାଇବା।” BSB BSB: So the angel said to those standing before him, “Take off his filthy clothes!” Then he said to Joshua, “See, I have removed your iniquity, and I will clothe you with splendid robes.”
5 ULB ସେତେବେଳେ ମୁଁ କହିଲି, “ଲୋକମାନେ ଏହାର ମସ୍ତକରେ ନିର୍ମଳ ପଗଡି ଦିଅନ୍ତୁ!” ତହିଁରେ ସେମାନେ ତାଙ୍କ ମସ୍ତକରେ ନିର୍ମଳ ପଗଡି ଦେଲେ ଓ ତାଙ୍କୁ ବସ୍ତ୍ର ପିନ୍ଧାଇଲେ; ପୁଣି, ନିକଟରେ ସଦାପ୍ରଭୁଙ୍କ ଦୂତ ଠିଆ ହୋଇଥିଲେ। BSB BSB: Then I said, “Let them put a clean turban on his head.” So a clean turban was placed on his head, and they clothed him, as the angel of the LORD stood by.
6 ULB ପୁଣି, ସଦାପ୍ରଭୁଙ୍କ ଦୂତ ଯିହୋଶୂୟଙ୍କୁ ଦୃଢ଼ ରୂପେ କହିଲେ, BSB BSB: Then the angel of the LORD gave this charge to Joshua:
7 ULB “ସୈନ୍ୟାଧିପତି ସଦାପ୍ରଭୁ ଏହି କଥା କହନ୍ତି: ଯଦି ତୁମ୍ଭେ ଆମ୍ଭ ପଥରେ ଚାଲିବ ଓ ତୁମ୍ଭେ ଆମ୍ଭର ଆଜ୍ଞା ରକ୍ଷା କରିବ, ତେବେ ତୁମ୍ଭେ ମଧ୍ୟ ଆମ୍ଭ ଗୃହର ବିଚାର କରିବ ଓ ଆମ୍ଭ ପ୍ରାଙ୍ଗଣର ରକ୍ଷକ ହେବ, ଆଉ ନିକଟରେ ଠିଆ ହେବାର ଏହି ବ୍ୟକ୍ତିମାନଙ୍କ ମଧ୍ୟରେ ଆମ୍ଭେ ତୁମ୍ଭକୁ ପ୍ରବେଶର ଓ ପ୍ରସ୍ଥାନର ଅଧିକାର ଦେବା। BSB BSB: “This is what the LORD of Hosts says: ‘If you walk in My ways and keep My instructions, then you will govern My house and will also have charge of My courts; and I will give you a place among these who are standing here.
8 ULB ହେ ଯିହୋଶୂୟ ମହାଯାଜକ, ତୁମ୍ଭେ ଏବେ ଶୁଣ ଓ ତୁମ୍ଭ ସମ୍ମୁଖରେ ଉପବିଷ୍ଟ ତୁମ୍ଭର ସଙ୍ଗୀଗଣ ଶୁଣନ୍ତୁ! କାରଣ ସେମାନେ ଚିହ୍ନ ସ୍ୱରୂପ ଲୋକ ଅଟନ୍ତି; ଯେହେତୁ ଦେଖ, ଆମ୍ଭେ ଆପଣାର ଶାଖା ନାମକ ଦାସକୁ ଆଣିବା। BSB BSB: Hear now, O high priest Joshua, you and your companions seated before you, who are indeed a sign. For behold, I am going to bring My servant, the Branch.
9 ULB କାରଣ, ଆମ୍ଭେ ଯିହୋଶୂୟ ସମ୍ମୁଖରେ ଯେଉଁ ପ୍ରସ୍ତର ସ୍ଥାପନ କରିଅଛୁ, ତାହା ଦେଖ! ଏକ ପ୍ରସ୍ତରର ଉପରେ ସାତ ପାର୍ଶ୍ୱ ଅଛି; ତହିଁର ମୁଦ୍ରାରେ ଆମ୍ଭେ ଖୋଦିବା, ଏହା ସୈନ୍ୟାଧିପତି ସଦାପ୍ରଭୁ କହନ୍ତି ଓ ଆମ୍ଭେ ଏକ ଦିନରେ ସେହି ଦେଶର ଅଧର୍ମ ଦୂର କରିବା। BSB BSB: See the stone I have set before Joshua; on that one stone are seven eyes. Behold, I will engrave on it an inscription, declares the LORD of Hosts, and I will remove the iniquity of this land in a single day.
10 ULB ସୈନ୍ୟାଧିପତି ସଦାପ୍ରଭୁ କହନ୍ତି,” ସେ ଦିନରେ ତୁମ୍ଭେମାନେ ପ୍ରତ୍ୟେକ ଲୋକ ଆପଣା ଆପଣା ପ୍ରତିବାସୀକୁ ଦ୍ରାକ୍ଷାଲତା ଓ ଡିମ୍ବିରି ବୃକ୍ଷ ତଳେ ବିଶ୍ରାମ ନେବା ପାଇଁ ନିମନ୍ତ୍ରଣ କରିବ।” BSB BSB: On that day, declares the LORD of Hosts, you will each invite your neighbor to sit under your own vine and fig tree.’”