1 ULB ଆମୋନ୍ଙ୍କ ପୁତ୍ର ଯିହୁଦାର ରାଜା ଯୋଶୀୟର ଅଧିକାର ସମୟରେ, ହିଜକୀୟଙ୍କ ବୃଦ୍ଧ ପ୍ରପୌତ୍ର, ଅମରୀୟଙ୍କ ପ୍ରପୌତ୍ର, ଗଦଲୀୟଙ୍କ ପୌତ୍ର, କୂଶୀଙ୍କ ପୁତ୍ର ସଫନୀୟଙ୍କ ନିକଟରେ ସଦାପ୍ରଭୁଙ୍କର ଏହି ବାକ୍ୟ ଉପସ୍ଥିତ ହେଲା। BSB BSB: This is the word of the LORD that came to Zephaniah son of Cushi, the son of Gedaliah, the son of Amariah, the son of Hezekiah, in the days of Josiah son of Amon king of Judah:
2 ULB ସଦାପ୍ରଭୁ କହନ୍ତି, ଆମ୍ଭେ ଭୂମିରୁ ସମଗ୍ର ବସ୍ତୁ ନିଃଶେଷ ରୂପେ ସଂହାର କରିବା, BSB BSB: “I will completely sweep away everything from the face of the earth,” declares the LORD.
3 ULB ଆମ୍ଭେ ମନୁଷ୍ୟ ଓ ପଶୁଗଣକୁ ସଂହାର କରିବା; ଆମ୍ଭେ ଆକାଶର ପକ୍ଷୀଗଣକୁ, ସମୁଦ୍ରର ମତ୍ସ୍ୟଗଣକୁ ଓ ଦୁଷ୍ଟଗଣ ସହିତ ବିଘ୍ନସକଳ ସଂହାର କରିବା; ଆଉ, ଆମ୍ଭେ ଭୂମିରୁ ମନୁଷ୍ୟକୁ ଉଚ୍ଛିନ୍ନ କରିବା, ଏହା ସଦାପ୍ରଭୁ କହନ୍ତି। BSB BSB: “I will sweep away man and beast; I will sweep away the birds of the air, and the fish of the sea, and the idols with their wicked worshipers. I will cut off mankind from the face of the earth,” declares the LORD.
4 ULB ପୁଣି, ଆମ୍ଭେ ଯିହୁଦାର ବିରୁଦ୍ଧରେ ଓ ଯିରୂଶାଲମର ନିବସୀସକଳର ବିରୁଦ୍ଧରେ ଆପଣା ହସ୍ତ ବିସ୍ତାର କରିବା; ଆମ୍ଭେ ଏହି ସ୍ଥାନରୁ ବାଲ୍ର ଅବଶିଷ୍ଟାଂଶକୁ ଓ ଯାଜକଗଣ ସହିତ ପୁରୋହିତମାନଙ୍କର ନାମ; BSB BSB: “I will stretch out My hand against Judah and against all who dwell in Jerusalem. I will cut off from this place every remnant of Baal, the names of the idolatrous and pagan priests—
5 ULB ଆଉ, ଯେଉଁମାନେ ଛାତ ଉପରେ ଆକାଶର ବାହିନୀକୁ ପ୍ରଣାମ କରନ୍ତି ଓ ଯେଉଁମାନେ ସଦାପ୍ରଭୁଙ୍କ ନିକଟରେ ଶପଥ କରନ୍ତି ଓ ମାଲ୍କମ୍ ନାମରେ ଶପଥ କରି ପ୍ରଣାମ କରନ୍ତି; BSB BSB: those who bow on the rooftops to worship the host of heaven, those who bow down and swear by the LORD but also swear by Milcom,
6 ULB ଆଉ, ଯେଉଁମାନେ ସଦାପ୍ରଭୁଙ୍କ ପଶ୍ଚାତ୍ଗମନରୁ ବିମୁଖ ହୋଇଅଛନ୍ତି; ପୁଣି, ଯେଉଁମାନେ ସଦାପ୍ରଭୁଙ୍କର ଅନ୍ଵେଷଣ କରି ନାହାନ୍ତି, କିଅବା ତାହାଙ୍କର ଅନୁସନ୍ଧାନ କରି ନାହାନ୍ତି, ସେସମସ୍ତଙ୍କୁ ଆମ୍ଭେ ଉଚ୍ଛିନ୍ନ କରିବା। BSB BSB: and those who turn back from following the LORD, neither seeking the LORD nor inquiring of Him.”
7 ULB ତୁମ୍ଭେ ପ୍ରଭୁ ସଦାପ୍ରଭୁଙ୍କ ଛାମୁରେ ନୀରବ ହୁଅ; କାରଣ ସଦାପ୍ରଭୁଙ୍କର ଦିନ ସନ୍ନିକଟ; କାରଣ ସଦାପ୍ରଭୁ ଏକ ଯଜ୍ଞର ଆୟୋଜନ କରିଅଛନ୍ତି, ସେ ଆପଣା ନିମନ୍ତ୍ରିତଗଣକୁ ପବିତ୍ର କରିଅଛନ୍ତି। BSB BSB: Be silent in the presence of the Lord GOD, for the Day of the LORD is near. Indeed, the LORD has prepared a sacrifice; He has consecrated His guests.
8 ULB ପୁଣି, ସଦାପ୍ରଭୁଙ୍କର ସେହି ଯଜ୍ଞ ଦିନ ଆମ୍ଭେ ଅଧିପତିଗଣକୁ ଓ ରାଜପୁତ୍ରଗଣକୁ ଓ ବିଦେଶୀୟ ବସ୍ତ୍ରରେ ବସ୍ତ୍ରାନ୍ୱିତ ସମସ୍ତଙ୍କୁ ଦଣ୍ଡ ଦେବା। BSB BSB: “On the Day of the LORD’s sacrifice I will punish the princes, the sons of the king, and all who are dressed in foreign apparel.
9 ULB ଆଉ, ଯେଉଁମାନେ ଚୌକାଠ ଡେଇଁ କରି ଯା’ନ୍ତି, ଯେଉଁମାନେ ଆପଣାମାନଙ୍କ କର୍ତ୍ତାର ଗୃହ ଦୌରାତ୍ମ୍ୟରେ ଓ ପ୍ରବଞ୍ଚନାରେ ପରିପୂର୍ଣ୍ଣ କରନ୍ତି, ସେସମସ୍ତଙ୍କୁ ଆମ୍ଭେ ସେହି ଦିନ ଦଣ୍ଡ ଦେବା। BSB BSB: On that day I will punish all who leap over the threshold, who fill the house of their master with violence and deceit.
10 ULB ପୁଣି, ସଦାପ୍ରଭୁ କହନ୍ତି, ସେହି ଦିନ ମତ୍ସ୍ୟଦ୍ୱାରଠାରୁ କ୍ରନ୍ଦନର ଶବ୍ଦ ଓ (ନଗରର) ଦ୍ୱିତୀୟ ବିଭାଗଠାରୁ ହାହାକାର ଶବ୍ଦ ଓ ଉପ-ପର୍ବତଗଣରୁ ମହାଭଙ୍ଗର ଶବ୍ଦ ଶୁଣାଯିବ। BSB BSB: On that day,” declares the LORD, “a cry will go up from the Fish Gate, a wail from the Second District, and a loud crashing from the hills.
11 ULB ହେ ମକ୍ତେଶ ନିବାସୀଗଣ, ତୁମ୍ଭେମାନେ ହାହାକାର କର, କାରଣ କିଣାନର ଲୋକ ସମସ୍ତେ ବିନଷ୍ଟ ହୋଇଅଛନ୍ତି ଓ ରୌପ୍ୟ ବାହକ ସମସ୍ତେ ଉଚ୍ଛିନ୍ନ ହୋଇଅଛନ୍ତି। BSB BSB: Wail, O dwellers of the Hollow, for all your merchants will be silenced; all who weigh out silver will be cut off.
12 ULB ପୁଣି, ସେହି ସମୟରେ ଆମ୍ଭେ ପ୍ରଦୀପ ଜ୍ୱଳାଇ ଯିରୂଶାଲମର ଅନ୍ଵେଷଣ କରିବା; ଆଉ, ଯେଉଁମାନେ ଆପଣା ଆପଣା ମଳ ଉପରେ ସୁସ୍ଥିର ହୋଇ ବସିଅଛନ୍ତି ଓ ମନେ ମନେ କହନ୍ତି, ସଦାପ୍ରଭୁ ମଙ୍ଗଳ କରିବେ ନାହିଁ କିଅବା ଅମଙ୍ଗଳ କରିବେ ନାହିଁ, ସେମାନଙ୍କୁ ଆମ୍ଭେ ଦଣ୍ଡ ଦେବା। BSB BSB: And at that time I will search Jerusalem with lamps and punish the men settled in complacency, who say to themselves, ‘The LORD will do nothing, either good or bad.’
13 ULB ପୁଣି, ସେମାନଙ୍କର ସମ୍ପତ୍ତି ଲୁଟିତ ହେବ ଓ ସେମାନଙ୍କର ଗୃହ ଧ୍ୱଂସସ୍ଥାନ ହେବ; ଆହୁରି ସେମାନେ ଗୃହ ନିର୍ମାଣ କରିବେ, ମାତ୍ର ତହିଁରେ ବାସ କରିବେ ନାହିଁ; ଆଉ, ସେମାନେ ଦ୍ରାକ୍ଷାକ୍ଷେତ୍ର ପ୍ରସ୍ତୁତ କରିବେ, ମାତ୍ର ତହିଁରୁ ଦ୍ରାକ୍ଷାରସ ପାନ କରିବେ ନାହିଁ। BSB BSB: Their wealth will be plundered and their houses laid waste. They will build houses but not inhabit them, and plant vineyards but never drink their wine.
14 ULB ସଦାପ୍ରଭୁଙ୍କର ମହାଦିନ ନିକଟବର୍ତ୍ତୀ, ତାହା ଅର୍ଥାତ୍, ସଦାପ୍ରଭୁଙ୍କର ଦିନର ଶବ୍ଦ ନିକଟବର୍ତ୍ତୀ ଓ ଅତି ଶୀଘ୍ର ଆସୁଅଛି; ବୀର ପୁରୁଷ ସେହି ସ୍ଥାନରେ ଅତିଶୟ ରୋଦନ କରୁଅଛି। BSB BSB: The great Day of the LORD is near—near and coming quickly. Listen, the Day of the LORD! Then the cry of the mighty will be bitter.
15 ULB ସେହି ଦିନ କ୍ରୋଧର ଦିନ, ସଙ୍କଟ ଓ କ୍ଳେଶର ଦିନ, ଉଜାଡ଼ ଓ ସର୍ବନାଶର ଦିନ, ଅନ୍ଧକାର ଓ ଘୋର ତିମିରର ଦିନ, ମେଘ ଓ ନିବିଡ଼ ଅନ୍ଧକାରର ଦିନ, BSB BSB: That day will be a day of wrath, a day of trouble and distress, a day of destruction and desolation, a day of darkness and gloom, a day of clouds and blackness,
16 ULB ତୂରୀଧ୍ୱନି ଓ ଭୟାନକ ନାଦର ଦିନ, ତାହା ପ୍ରାଚୀରବେଷ୍ଟିତ ନଗର ଓ ଉଚ୍ଚ ଚୂଡ଼ାସକଳର ବିପକ୍ଷରେ ଉପସ୍ଥିତ ହେବ। BSB BSB: a day of horn blast and battle cry against the fortified cities, and against the high corner towers.
17 ULB ପୁଣି, ଆମ୍ଭେ ମନୁଷ୍ୟମାନଙ୍କ ଉପରେ ଦୁଃଖ ଘଟାଇବା, ତହିଁରେ ସେମାନେ ଅନ୍ଧ ଲୋକ ପରି ବୁଲିବେ, କାରଣ ସେମାନେ ସଦାପ୍ରଭୁଙ୍କ ବିରୁଦ୍ଧରେ ପାପ କରିଅଛନ୍ତି; ଆଉ, ସେମାନଙ୍କର ରକ୍ତ ଧୂଳି ପରି ଓ ସେମାନଙ୍କର ମାଂସ ମଳ ପରି ଢଳା ଯିବ। BSB BSB: I will bring such distress on mankind that they will walk like the blind, because they have sinned against the LORD. Their blood will be poured out like dust and their flesh like dung.
18 ULB ପୁଣି, ସଦାପ୍ରଭୁଙ୍କ କ୍ରୋଧର ଦିନରେ ସେମାନଙ୍କର ରୂପା କିଅବା ସେମାନଙ୍କର ସୁନା ସେମାନଙ୍କୁ ଉଦ୍ଧାର କରି ପାରିବ ନାହିଁ; ମାତ୍ର ତାହାଙ୍କର ଅନ୍ତର୍ଜ୍ୱାଳାରୂପ ଅଗ୍ନିରେ ସମୁଦାୟ ଦେଶ ଗ୍ରାସିତ ହେବ; କାରଣ ସେ ଦେଶନିବାସୀ ସମସ୍ତଙ୍କୁ ନିଃଶେଷ କରିବେ, ହଁ, ଭୟାନକ ରୂପେ ନିଃଶେଷ କରିବେ। BSB BSB: Neither their silver nor their gold will be able to deliver them on the Day of the LORD’s wrath. The whole earth will be consumed by the fire of His jealousy.” For indeed, He will make a sudden end of all who dwell on the earth.