1 OIRV ମୁଁ ପାଉଲ, ଜଣେ ପ୍ରେରିତ ମନୁଷ୍ୟଠାରୁ ନୁହେଁ, କିମ୍ବା ମନୁଷ୍ୟମାନଙ୍କ ଦ୍ୱାରା ନୁହେଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ଦ୍ୱାରା ଏବଂ ଯେଉଁ ପିତା ଈଶ୍ବର ତାହାଙ୍କୁ ମୃତମାନଙ୍କ ମଧ୍ୟରୁ ଉଠାଇଲେ, ତାହାଙ୍କ ଦ୍ୱାରା, BSB BSB: Paul, an apostle—sent not from men nor by man, but by Jesus Christ and God the Father, who raised Him from the dead—
2 OIRV ଆଉ ମୋହର ସାଙ୍ଗରେ ଥିବା ଭାଇ ସମସ୍ତେ ଗାଲାତୀୟ ଅଞ୍ଚଳରେ ଥିବା ମଣ୍ଡଳୀ-ସମୂହକୁ ପତ୍ର; BSB BSB: and all the brothers with me, To the churches of Galatia:
3 OIRV ଆମ୍ଭମାନଙ୍କ ପିତା ଈଶ୍ବର ଓ ପ୍ରଭୁ ଯୀଶୁ ଖ୍ରୀଷ୍ଟଙ୍କଠାରୁ ଅନୁଗ୍ରହ ଓ ଶାନ୍ତି ତୁମ୍ଭମାନଙ୍କ ପ୍ରତି ହେଉ; BSB BSB: Grace and peace to you from God our Father and the Lord Jesus Christ,
4 OIRV ସେ ଆମ୍ଭମାନଙ୍କ ପିତା ଈଶ୍ବରଙ୍କ ଇଚ୍ଛାନୁସାରେ ଏହି ପାପମୟ ଜଗତରୁ ଆମ୍ଭମାନଙ୍କୁ ଉଦ୍ଧାର କରିବା ପାଇଁ ଆମ୍ଭମାନଙ୍କ ପାପ ନିମନ୍ତେ ଆପଣାକୁ ପ୍ରଦାନ କଲେ; BSB BSB: who gave Himself for our sins to rescue us from the present evil age, according to the will of our God and Father,
5 OIRV ଯୁଗେ ଯୁଗେ ତାହାଙ୍କର ଗୌରବ ହେଉ। ଆମେନ୍। BSB BSB: to whom be glory forever and ever. Amen.
7 OIRV ତାହା ଅନ୍ୟ ସୁସମାଚାର ସୁଦ୍ଧା ନୁହେଁ, କେବଳ କେତେକ ତୁମ୍ଭମାନଙ୍କୁ ଅସ୍ଥିର କରୁଅଛନ୍ତି ଓ ଖ୍ରୀଷ୍ଟଙ୍କ ସୁସମାଚାରକୁ ବିକୃତ କରିବାକୁ ଇଚ୍ଛା କରୁଅଛନ୍ତି। BSB BSB: which is not even a gospel. Evidently some people are troubling you and trying to distort the gospel of Christ.
9 OIRV ଯେପରି ଆମ୍ଭେମାନେ ପୂର୍ବରେ କହିଅଛୁ, ସେହିପରି ମୁଁ ଏବେ ଆଉ ଥରେ କହୁଅଛି, ଯେଉଁ ସୁସମାଚାର ତୁମ୍ଭେମାନେ ଗ୍ରହଣ କରିଥିଲ, ତା ବ୍ୟତୀତ ଯଦି କୌଣସି ଲୋକ ଅନ୍ୟ ସୁସମାଚାର ତୁମ୍ଭମାନଙ୍କ ନିକଟରେ ପ୍ରଚାର କରେ, ତେବେ ସେ ଶ୍ରାପଗ୍ରସ୍ତ ହେଉ। BSB BSB: As we have said before, so now I say again: If anyone is preaching to you a gospel contrary to the one you received, let him be under a curse!
10 OIRV ମୁଁ କି ଏବେ ମନୁଷ୍ୟମାନଙ୍କର କିମ୍ବା ଈଶ୍ବରଙ୍କର ପ୍ରିୟପାତ୍ର ହେବାକୁ ଯତ୍ନ କରୁଅଛି? ଅବା ମନୁଷ୍ୟମାନଙ୍କୁ କି ସନ୍ତୁଷ୍ଟ କରିବାକୁ ଚେଷ୍ଟା କରୁଅଛି? ଯଦି ମୁଁ ଏବେ ସୁଦ୍ଧା ମନୁଷ୍ୟମାନଙ୍କୁ ସନ୍ତୁଷ୍ଟ କରୁଥାଆନ୍ତି, ତେବେ ମୁଁ ଖ୍ରୀଷ୍ଟଙ୍କର ଦାସ ହୁଅନ୍ତି ନାହିଁ। BSB BSB: Am I now seeking the approval of men, or of God? Or am I striving to please men? If I were still trying to please men, I would not be a servant of Christ.
11 OIRV କାରଣ, ହେ ଭାଇମାନେ, ଯେଉଁ ସୁସମାଚାର ମୋʼ ଦ୍ୱାରା ପ୍ରଚାରିତ ହୋଇଅଛି, ସେ ସମ୍ବନ୍ଧରେ ତୁମ୍ଭମାନଙ୍କୁ ଜଣାଉଅଛି ଯେ, ତାହା ମନୁଷ୍ୟର ମତାନୁସାରେ ନୁହେଁ; BSB BSB: For I want you to know, brothers, that the gospel I preached was not devised by man.
12 OIRV ଯେଣୁ ମୁଁ ତାହା ମନୁଷ୍ୟଠାରୁ ପାଇ ନାହିଁ କିଅବା ଶିକ୍ଷା କରି ନାହିଁ, କିନ୍ତୁ ଯୀଶୁ ଖ୍ରୀଷ୍ଟଙ୍କ ପ୍ରତ୍ୟାଦେଶ ଦ୍ୱାରା ପାଇଅଛି। BSB BSB: I did not receive it from any man, nor was I taught it; rather, I received it by revelation from Jesus Christ.
14 OIRV ଆଉ, ମୋହର ପିତୃ-ପୁରୁଷଙ୍କ ପରମ୍ପରାଗତ ରୀତିନୀତି ନିମନ୍ତେ ଅତ୍ୟନ୍ତ ଉଦ୍ଯୋଗୀ ହୋଇ ମୋହର ସମବୟସ୍କ ସ୍ୱଜାତି ଲୋକମାନଙ୍କ ମଧ୍ୟରେ ଅନେକଙ୍କଠାରୁ ବଳି ଯିହୁଦୀ ଧର୍ମରେ ଅଗ୍ରସର ହେଉଥିଲି। BSB BSB: I was advancing in Judaism beyond many of my contemporaries and was extremely zealous for the traditions of my fathers.
15 OIRV କିନ୍ତୁ ଯେ ମୋହର ମାତାଙ୍କ ଉଦରରୁ ମୋତେ ପୃଥକ୍ କରିଥିଲେ ଓ ଆପଣା ଅନୁଗ୍ରହରେ ମୋତେ ଆହ୍ୱାନ କଲେ, BSB BSB: But when God, who set me apart from my mother’s womb and called me by His grace, was pleased
16 OIRV ସେ ଯେତେବେଳେ ଆପଣା ପୁତ୍ରଙ୍କୁ ମୋʼ ଠାରେ ପ୍ରକାଶ କରିବା ନିମନ୍ତେ ସନ୍ତୁଷ୍ଟ ହେଲେ, ଯେପରି ମୁଁ ଅଣଯିହୁଦୀମାନଙ୍କ ମଧ୍ୟରେ ସୁସମାଚାର ପ୍ରଚାର କରେ, ସେତେବେଳେ ମୁଁ ମନୁଷ୍ୟଠାରୁ କୌଣସି ପରାମର୍ଶ ନ ନେଇ BSB BSB: to reveal His Son in me so that I might preach Him among the Gentiles, I did not rush to consult with flesh and blood,
17 OIRV କିଅବା ମୋʼ ପୂର୍ବରେ ନିଯୁକ୍ତ ପ୍ରେରିତମାନଙ୍କ ନିକଟକୁ ଯିରୂଶାଲମ ସହରକୁ ନ ଯାଇ ସେହିକ୍ଷଣି ଆରବ ଦେଶକୁ ବାହାରିଗଲି; ପୁନଶ୍ଚ ମୁଁ ଦମ୍ମେଶକ ସହରକୁ ବାହୁଡ଼ି ଆସିଲି। BSB BSB: nor did I go up to Jerusalem to the apostles who came before me, but I went into Arabia and later returned to Damascus.
20 OIRV ମୁଁ ଯେଉଁ ସବୁ ବିଷୟ ତୁମ୍ଭମାନଙ୍କୁ ଲେଖୁଅଛି, ଦେଖ, ଈଶ୍ବରଙ୍କ ସାକ୍ଷାତରେ କହୁଅଛି, ମୁଁ ମିଥ୍ୟା କହୁ ନାହିଁ BSB BSB: I assure you before God that what I am writing to you is no lie.
21 OIRV ପରେ ମୁଁ ସିରିୟା ଓ କିଲିକିୟା ଅଞ୍ଚଳକୁ ଗଲି। BSB BSB: Later I went to the regions of Syria and Cilicia.
22 OIRV ଯିହୂଦିୟା ପ୍ରଦେଶର ଖ୍ରୀଷ୍ଟାଶ୍ରିତ ମଣ୍ଡଳୀ-ସମୂହ ନିକଟରେ ମୁଁ ବ୍ୟକ୍ତିଗତ ଭାବରେ ପରିଚିତ ନ ଥିଲି; BSB BSB: I was personally unknown, however, to the churches of Judea that are in Christ.
23 OIRV ସେମାନେ କେବଳ ଶୁଣୁଥିଲେ, ଏବଂ ଯେଉଁ ବ୍ୟକ୍ତି ପୂର୍ବେ ଆମ୍ଭମାନଙ୍କୁ ତାଡ଼ନା କରୁଥିଲେ, ଏବଂ ଥରେ ଯେଉଁ ବିଶ୍ୱାସମତକୁ ଉଚ୍ଛିନ୍ନ କରିବାକୁ ଚେଷ୍ଟା କରୁଥିଲେ, ସେ ଏବେ ସୁସମାଚାର ପ୍ରଚାର କରୁଅଛନ୍ତି; BSB BSB: They only heard the account: “The man who formerly persecuted us is now preaching the faith he once tried to destroy.”
24 OIRV ଆଉ ସେମାନେ ମୋʼ ସକାଶେ ଈଶ୍ବରଙ୍କ ପ୍ରଶଂସା କରୁଥିଲେ। BSB BSB: And they glorified God because of me.